ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫  ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । ୨୦୨୩-୨୪ ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର ୮୧  ପ୍ରତିଶତ ଥିଲା ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ ବଜେଟ  ସେପ୍ଟେମ୍ବରରେ ହୋଇଥିବାରୁ ଖର୍ଚ୍ଚ ହେବାରେ ସମସ୍ୟା ରହିଥିଲା । ସେ ଦୃଷ୍ଟିରୁ ବର୍ତ୍ତମାନ ସୁଦ୍ଧା ଅନେକ ବିଭାଗର ଖର୍ଚ୍ଚ ପରିମାଣ ସନ୍ତୋଷଜନକ ରହିଛି ।  ତେବେ ଆଉ ଯେଉଁ ଗୋଟିଏ ମାସ ସମୟ ରହିଲା, ତାକୁ ସଂପୂର୍ଣ୍ଣ ଉପଯୋଗ କରି ବଜେଟର ଅନ୍ୟୁନ ୮୫  ପ୍ରତିଶତ ଖର୍ଚ୍ଚ କରିବାକୁ ସେ କହିଛନ୍ତି।
ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,   ବିଭାଗୀୟ ମନ୍ତ୍ରୀମାନେ ଯେଉଁସବୁ ଖର୍ଚ୍ଚ ପ୍ରସ୍ତାବ ଅଛି, ତାକୁ ତୁରନ୍ତ ଅନୁଧ୍ୟାନ କରି ଆବଶ୍ୟକ ଅନୁମୋଦନ କରିବା ଉଚିତ୍‌ । ବିଭିନ୍ନ କଲ୍ୟାଣ ଯୋଜନାରେ ଯେଉଁସବୁ ଦେୟ ପ୍ରଦାନ ବାକି ରହିଛି, ସେଗୁଡିକୁ ମଧ୍ୟ ନିୟମାନୁଯାୟୀ ତୁରନ୍ତ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କାର୍ଯ୍ୟକ୍ରମ ବ୍ୟୟ ଓ ପୁଞ୍ଜି ବ୍ୟୟ  ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ରୋଜଗାର ସୃଷ୍ଟି ହୁଏ ଓ ଅଭିବୃଦ୍ଧିରେ ଉନ୍ନତି ଆସେ। ଓଡ଼ିଶା ନିଜ ଘରୋଇ ଉତ୍ପାଦର ୬.୧ ପ୍ରତିଶତ ପୁଞ୍ଜି ବ୍ୟୟ ବରାଦ କରିଛି । ସାରା ଦେଶରେ ଏହା ସବୁଠାରୁ ଅଧିକ।  ଆମର ଲକ୍ଷ୍ୟ ହେଉଛି, କୃଷିଭିତ୍ତିକ ଅର୍ଥନୀତି ସହିତ ଅନ୍ୟାନ୍ୟ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି କରିବା। ଏଥିପାଇଁ ଭିତ୍ତିଭୂମିର ବ୍ୟାପକ ବିକାଶ ଆବଶ୍ୟକ।
      ତେଣୁ ଏ କ୍ଷେତ୍ରରେ ମଧ୍ୟ ବ୍ୟାପକ ବିନିଯୋଗ ହେବା ଜରୁରୀ। ଲୋକଙ୍କ ସରକାର, ଲୋକଙ୍କ ବଜେଟ ପ୍ରସ୍ତୁତ କରିଛି ।  ଏସବୁ ଲୋକଙ୍କ ପାଇଁ ଯେପରି ଖର୍ଚ୍ଚ ହେବ, ସେଥିପାଇଁ ପ୍ରଶାସନ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ।
ଅନ୍ୟପଟେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ, ସୱାସ୍ଥ୍ୟ, ଜଳସଂପଦ, ପୂର୍ତ୍ତ, ଭିନ୍ନକ୍ଷମ ଓ ସାମାଜିକ ନ୍ୟାୟ ବିଭାଗ, ଯୋଗାଣ ବିଭାଗ ଏବଂ ସମବାୟ ବିଭାଗ ଆଦି ବିଭାଗ ଗୁଡିକର ଖର୍ଚ୍ଚ ଅପେକ୍ଷାକୃତ ଭଲ ରହିଛି। ଅନ୍ୟ ବିଭାଗ ଗୁଡିକ ମଧ୍ୟ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri