ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫  ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । ୨୦୨୩-୨୪ ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର ୮୧  ପ୍ରତିଶତ ଥିଲା ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ ବଜେଟ  ସେପ୍ଟେମ୍ବରରେ ହୋଇଥିବାରୁ ଖର୍ଚ୍ଚ ହେବାରେ ସମସ୍ୟା ରହିଥିଲା । ସେ ଦୃଷ୍ଟିରୁ ବର୍ତ୍ତମାନ ସୁଦ୍ଧା ଅନେକ ବିଭାଗର ଖର୍ଚ୍ଚ ପରିମାଣ ସନ୍ତୋଷଜନକ ରହିଛି ।  ତେବେ ଆଉ ଯେଉଁ ଗୋଟିଏ ମାସ ସମୟ ରହିଲା, ତାକୁ ସଂପୂର୍ଣ୍ଣ ଉପଯୋଗ କରି ବଜେଟର ଅନ୍ୟୁନ ୮୫  ପ୍ରତିଶତ ଖର୍ଚ୍ଚ କରିବାକୁ ସେ କହିଛନ୍ତି।
ମନ୍ତ୍ରୀ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,   ବିଭାଗୀୟ ମନ୍ତ୍ରୀମାନେ ଯେଉଁସବୁ ଖର୍ଚ୍ଚ ପ୍ରସ୍ତାବ ଅଛି, ତାକୁ ତୁରନ୍ତ ଅନୁଧ୍ୟାନ କରି ଆବଶ୍ୟକ ଅନୁମୋଦନ କରିବା ଉଚିତ୍‌ । ବିଭିନ୍ନ କଲ୍ୟାଣ ଯୋଜନାରେ ଯେଉଁସବୁ ଦେୟ ପ୍ରଦାନ ବାକି ରହିଛି, ସେଗୁଡିକୁ ମଧ୍ୟ ନିୟମାନୁଯାୟୀ ତୁରନ୍ତ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କାର୍ଯ୍ୟକ୍ରମ ବ୍ୟୟ ଓ ପୁଞ୍ଜି ବ୍ୟୟ  ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ରୋଜଗାର ସୃଷ୍ଟି ହୁଏ ଓ ଅଭିବୃଦ୍ଧିରେ ଉନ୍ନତି ଆସେ। ଓଡ଼ିଶା ନିଜ ଘରୋଇ ଉତ୍ପାଦର ୬.୧ ପ୍ରତିଶତ ପୁଞ୍ଜି ବ୍ୟୟ ବରାଦ କରିଛି । ସାରା ଦେଶରେ ଏହା ସବୁଠାରୁ ଅଧିକ।  ଆମର ଲକ୍ଷ୍ୟ ହେଉଛି, କୃଷିଭିତ୍ତିକ ଅର୍ଥନୀତି ସହିତ ଅନ୍ୟାନ୍ୟ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି କରିବା। ଏଥିପାଇଁ ଭିତ୍ତିଭୂମିର ବ୍ୟାପକ ବିକାଶ ଆବଶ୍ୟକ।
      ତେଣୁ ଏ କ୍ଷେତ୍ରରେ ମଧ୍ୟ ବ୍ୟାପକ ବିନିଯୋଗ ହେବା ଜରୁରୀ। ଲୋକଙ୍କ ସରକାର, ଲୋକଙ୍କ ବଜେଟ ପ୍ରସ୍ତୁତ କରିଛି ।  ଏସବୁ ଲୋକଙ୍କ ପାଇଁ ଯେପରି ଖର୍ଚ୍ଚ ହେବ, ସେଥିପାଇଁ ପ୍ରଶାସନ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ।
ଅନ୍ୟପଟେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ, ସୱାସ୍ଥ୍ୟ, ଜଳସଂପଦ, ପୂର୍ତ୍ତ, ଭିନ୍ନକ୍ଷମ ଓ ସାମାଜିକ ନ୍ୟାୟ ବିଭାଗ, ଯୋଗାଣ ବିଭାଗ ଏବଂ ସମବାୟ ବିଭାଗ ଆଦି ବିଭାଗ ଗୁଡିକର ଖର୍ଚ୍ଚ ଅପେକ୍ଷାକୃତ ଭଲ ରହିଛି। ଅନ୍ୟ ବିଭାଗ ଗୁଡିକ ମଧ୍ୟ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri