କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ ଚାନ୍ଦିଲି ଉଚ୍ଚ ବିଦ୍ୟାଳୟରେ ଖୋଲାଯାଇଥିବା ଆଶ୍ରୟସ୍ଥଳୀରେ ପହଞ୍ଚିଥିଲେ।
ଆଶ୍ରୟସ୍ଥଳୀରେ ରହୁଥିବା ବନ୍ୟା ପୀଡ଼ିତ ପରିବାରଙ୍କ ସହ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ବୁଝିଥିଲେ । ପ୍ରଶାସନ ପକ୍ଷରୁ ମିଳୁଥିବା ସହାୟତା ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ । ଏଥିସହ ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ପାନୀୟ ଜଳ, ଶିଶୁ ଖାଦ୍ୟ ଓ ଔଷଧ ଯୋଗାଣ ବ୍ୟବସ୍ଥା ଯାଞ୍ଚ କରିଥିଲେ ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କୋରାପୁଟ ଜିଲାର ପ୍ରତ୍ୟେକ ବନ୍ୟା ପୀଡ଼ିତଙ୍କ ସହ ସରକାର ରହିଛନ୍ତି । କ୍ଷୟକ୍ଷତିର ଆକଳନ ପରେ ନିୟମାନୁଯାୟୀ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ବନ୍ୟା ସ୍ଥିତି ନେଇ ସମୀକ୍ଷା ବୈଠକ ହୋଇଥିଲା। ବନ୍ୟା ପ୍ରଭାବିତ ଅଞ୍ଚଳ, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ, ଆଶ୍ରୟସ୍ଥଳୀର ସୁବିଧା ଏବଂ ବନ୍ୟାଜନିତ କ୍ଷୟକ୍ଷତି ଆକଳନ ନେଇ ବୈଠକରେ ଆଲୋଚନା ହୋଇଥିଲା।
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ ଯେ, ଆଶ୍ରୟସ୍ଥଳୀରେ ରହୁଥିବା ବନ୍ୟା ପୀଡ଼ିତ ପରିବାରଙ୍କୁ ୧୫ ଦିନ ପାଇଁ ଖାଦ୍ୟ, ରାସନ, ପୋଷାକ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ଏଥିସହ ବନ୍ୟା ପୀଡ଼ିତଙ୍କୁ ନିୟମାନୁଯାୟୀ ଅଗ୍ରିମ କ୍ଷତିପୂରଣ ଓ ସହାୟତା ରାଶି ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଛି । ବନ୍ୟା ପାଣି ଜମି ରହିଥିବା ଚାଷଜମିରୁ ଶୀଘ୍ର ପାଣି ନିଷ୍କାସନ ପାଇଁ ଟେକ୍ନିକାଲ୍ ଟିମ୍ ନିୟୋଜିତ କରାଯିବ। ପାଣି ନିଷ୍କାସନ ପରେ ଜମିରେ ପୁନର୍ବାର କିପରି ଚାଷ କରାଯାଇପାରିବ, ସେନେଇ ମଧ୍ୟ ଆବଶ୍ୟକ ପଦକ୍ଷେପ ନିଆଯିବ। ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର ସହ ଚାଷ କାର୍ଯ୍ୟକୁ ସ୍ୱାଭାବିକ କରିବା ପାଇଁ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରଖି କାମ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

କୋଟପାଡ଼ଠାରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ପେଶାଲ୍ ରିଲିଫ୍ କମିଶନର ରାଜେଶ ପ୍ରଭାକର ପାଟିଲ, କୋରାପୁଟ ଜିଲାପାଳ ମନୋଜ ସତ୍ୟୱାନ ମହାଜନ, ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା, ଜୟପୁର ଉପଜିଲାପାଳ ଶୁଭ୍ରା ପଣ୍ଡା, କୋରାପୁଟ ଉପଜିଲାପାଳ ଫାବି ରଶିଦ, ଅତିରିକ୍ତ ଜିଲାପାଳ ତପନ କୁମାର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ବେଣୁଧର ସବରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?