ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସଆର୍‌ସିଙ୍କ ସମେତ ଦୁଇ ଜିଲାର ଜିଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ବ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲାପାଳମାନଙ୍କୁ ପ୍ରାକ୍‌ ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?