Posted inଜାତୀୟ

ମୁଖ୍ୟମନ୍ତ୍ରୀ ସାଇକେଲରେ ଗଲେ ସଚିବାଳୟ, ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ…

ଚଣ୍ଡିଗଡ଼,୨୨।୯: ହରିୟାନା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ସାଇକେଲ ଚଳାଇ ସଚିବାଳୟରେ ପହଞ୍ଚିଛନ୍ତି। ବୁଧବାର ଓ୍ବାଲର୍‌ଡ କାର୍‌ ଫ୍ରି ଡେ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି କରିଛନ୍ତି। ବାୟୁ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର ଖୁବ୍‌ ଶୀଘ୍ର ବିଦ୍ୟୁତ୍‌ ଚାଳିତ ଯାନ ନୀତି ଆଣିବାକୁ ଯାଉଛନ୍ତି। ଏହି ନୀତି ଅନୁସାରେ ବିଦ୍ୟୁତ୍‌ ଚାଳିତ ଯାନ କ୍ଷେତ୍ରରେ ରିହାତି ପ୍ରଦାନ କରାଯିବ।

ରାଜ୍ୟ ସରକାର ବିଦ୍ୟୁତ୍‌ ଚାଳିତ ବସ୍‌ କିଣିବା ଯୋଜନା କରୁଥିବା ଖଟ୍ଟର ସୂଚନା ଦେଇଛନ୍ତି। ବାୟୁ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ କରାଯାଇଛି। ଏହା ଅନ୍ତର୍ଗତ ୭୫ ବର୍ଷରୁ ଅଧିକ ବର୍ଷ ବୟସ୍କ ଗଛର ଦେଖାଶୁଣା ରକ୍ଷାଣବେକ୍ଷଣ କରୁଥିବା ବ୍ୟକ୍ତିଙ୍କୁ ବର୍ଷକୁ ୨,୫୦୦ ଟଙ୍କାର ପେନସନ୍‌ ପ୍ରଦାନ କରାଯିବ।

ଏହା ଦ୍ୱାରା ରାଜ୍ୟର ଲୋକଙ୍କ ମଧ୍ୟରେ ପୁରୁଣା ଗଛର ଯତ୍ନ ନେବା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ରାଜ୍ୟରେ ଏଭଳି ଗଛର ଚିହ୍ନଟ କରାଯାଇ ଯୋଜନା ଲାଗୁ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?