ଭୟଭୀତ ନ ହେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ କହିଛନ୍ତି। ଭୟଭୀତ ନ ହୋଇ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ପ୍ରଶାସନକୁ ସହଯୋଗ କରନ୍ତୁ, ପ୍ରତିଟି ଜୀବନ ମୂଲ୍ୟବାନ। ନିଜେ ସୁରକ୍ଷିତ ରହିବା ସହ ପରିବାର ପ୍ରତି ଧ୍ୟାନ ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।