ମାଲକାନଗିରିରେ ୨୧ ରାସ୍ତା ପ୍ରକଳ୍ପ ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଉକ୍ତ ଅର୍ଥରାଶି ଅନୁମୋଦନ କରିଛନ୍ତି । ୧୫୮ କୋଟି ଟଙ୍କାରେ ୧୭୨.୫୩ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ଆଭ୍ୟନ୍ତରୀଣ ବ୍ଲକ ଚିତ୍ରକୋଣ୍ଡା, କାଲିମେଳା, କୋରୁକୋଣ୍ଡା ଓ ପଡ଼ିଆ ବ୍ଲକରେ ଏହି ରାସ୍ତା ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅନ୍ତର୍ଗତ ଦୁର୍ଗମ ଅଞ୍ଚଳରେ ଅସଂଯୋଜିତ ଗ୍ରାମଗୁଡ଼ିକର ସଂଯୋଗୀକରଣ ଯୋଜନାରେ ରାସ୍ତା ନିର୍ମାଣ କରାଯିବ। ଏହି ଯୋଜନା ଦ୍ୱାରା ଦୁର୍ଗମ ପାର୍ବତ୍ୟାଞ୍ଚଳ, ମାଓବାଦୀ ପ୍ରଭାବିତ ଅଞ୍ଚଳରେ ରାସ୍ତା ନିର୍ମାଣ କରି ବିକାଶକୁ ଆଗେଇ ନିଆଯିବ। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଅର୍ଥ ଯୋଗାଇ ଦେବେ। ଚିତ୍ରକୋଣ୍ଡା ବ୍ଲକର ଦୁର୍ଗମ ଅଞ୍ଚଳ ମୁଦୁଲିଗୁଡ଼ାରୁ ଆମାଲିବେଡ଼ା ୩୦କୋଟି ଟଙ୍କା ବ୍ୟୟରେ ୩୨ କିଲୋମିଟର ରାସ୍ତା ନିର୍ମାଣ କରାଯିବ। ସେହିପରି ପୋଲୁରରୁ କୁରସାନପାଲି ୧୧.୯ କିଲୋମିଟର ରାସ୍ତା ପାଇଁ ୯ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମାଲକାନଗିରି ଜିଲା ଗସ୍ତ ସମୟରେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଜନସାଧାରଣ ରାସ୍ତା ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସମସ୍ୟାର ସମାଧାନ ସହିତ ଖୁବ୍‌ଶୀଘ୍ର ଅର୍ଥ ମଞ୍ଜୁର ହେବ ବୋଲି ୫-ଟି ସଚିବ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଉକ୍ତ ରାସ୍ତା ନିର୍ମାଣ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ପକ୍ଷରୁ ତୁରନ୍ତ ସର୍ଭେ କରାଯାଇ ପ୍ରାଥମିକତା ଭିତ୍ତିରେ ପ୍ରସ୍ତାବ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri