ମାଲକାନଗିରିରେ ୨୧ ରାସ୍ତା ପ୍ରକଳ୍ପ ପାଇଁ ୧୫୮ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ମାଓବାଦୀ ପ୍ରବଣ ମାଲକାନଗିରି ଜିଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଉକ୍ତ ଅର୍ଥରାଶି ଅନୁମୋଦନ କରିଛନ୍ତି । ୧୫୮ କୋଟି ଟଙ୍କାରେ ୧୭୨.୫୩ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ଆଭ୍ୟନ୍ତରୀଣ ବ୍ଲକ ଚିତ୍ରକୋଣ୍ଡା, କାଲିମେଳା, କୋରୁକୋଣ୍ଡା ଓ ପଡ଼ିଆ ବ୍ଲକରେ ଏହି ରାସ୍ତା ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅନ୍ତର୍ଗତ ଦୁର୍ଗମ ଅଞ୍ଚଳରେ ଅସଂଯୋଜିତ ଗ୍ରାମଗୁଡ଼ିକର ସଂଯୋଗୀକରଣ ଯୋଜନାରେ ରାସ୍ତା ନିର୍ମାଣ କରାଯିବ। ଏହି ଯୋଜନା ଦ୍ୱାରା ଦୁର୍ଗମ ପାର୍ବତ୍ୟାଞ୍ଚଳ, ମାଓବାଦୀ ପ୍ରଭାବିତ ଅଞ୍ଚଳରେ ରାସ୍ତା ନିର୍ମାଣ କରି ବିକାଶକୁ ଆଗେଇ ନିଆଯିବ। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଅର୍ଥ ଯୋଗାଇ ଦେବେ। ଚିତ୍ରକୋଣ୍ଡା ବ୍ଲକର ଦୁର୍ଗମ ଅଞ୍ଚଳ ମୁଦୁଲିଗୁଡ଼ାରୁ ଆମାଲିବେଡ଼ା ୩୦କୋଟି ଟଙ୍କା ବ୍ୟୟରେ ୩୨ କିଲୋମିଟର ରାସ୍ତା ନିର୍ମାଣ କରାଯିବ। ସେହିପରି ପୋଲୁରରୁ କୁରସାନପାଲି ୧୧.୯ କିଲୋମିଟର ରାସ୍ତା ପାଇଁ ୯ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମାଲକାନଗିରି ଜିଲା ଗସ୍ତ ସମୟରେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଜନସାଧାରଣ ରାସ୍ତା ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସମସ୍ୟାର ସମାଧାନ ସହିତ ଖୁବ୍‌ଶୀଘ୍ର ଅର୍ଥ ମଞ୍ଜୁର ହେବ ବୋଲି ୫-ଟି ସଚିବ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଉକ୍ତ ରାସ୍ତା ନିର୍ମାଣ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ବିଭାଗ ପକ୍ଷରୁ ତୁରନ୍ତ ସର୍ଭେ କରାଯାଇ ପ୍ରାଥମିକତା ଭିତ୍ତିରେ ପ୍ରସ୍ତାବ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri