ମନ୍ତ୍ରୀଙ୍କ ସମ୍ପୃକ୍ତି ଜାଣି ମୁଖ୍ୟମନ୍ତ୍ରୀ ଚୁପ୍‌: ଭାଜପା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେଳେଙ୍କାରୀରେ ସମ୍ପୃକ୍ତ ଥିବା ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି। ଭାଜପାର ୨ ଜଣ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସିଧା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ସବୁ ଜାଣିଶୁଣି ତାଙ୍କୁ ବିଧାନସଭାକୁ ଆସିବାକୁ ଦେଉଛନ୍ତି ଏବଂ ସଭା ମଞ୍ଚରେ ପାଖରେ ବସାଇ ଦକ୍ଷ ମନ୍ତ୍ରୀ ବୋଲି ସାର୍ଟିଫିକେଟ୍‌ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ପରୋକ୍ଷରେ ଏ କାମ କରିବା ପାଇଁ ପ୍ରୋସତ୍ାହିତ କରୁଥିବା ସନ୍ଦେହ ହେଉଛି ବୋଲି ସମୀର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ଆଇଆଇସି ତଥା ତଦନ୍ତକାରୀ ଅଧିକାରୀ ନିହାର ରଞ୍ଜନ ମହାନ୍ତି ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ମନ୍ତ୍ରୀ ପ୍ରତାପ ଜେନାଙ୍କ ପୃଷ୍ଠପୋଷକତାରେ କାମ କରୁଥିବା ପ୍ରମାଣ ଦେଇଛନ୍ତି। ମମିତା ମେହେର ମାମଲାରେ ଗୋଟେ କଥା କହୁଛ, ମାହାଙ୍ଗା ମର୍ଡର କେସ୍‌ରେ କୋର୍ଟ କହିବା ପରେ ବି ଗଳାବାଟ ଦେଖୁଛ। ଏସବୁ କଥାରେ ମନ୍ତ୍ରୀମାନଙ୍କ ସମ୍ପୃକ୍ତି ରହିଥିବା ସ୍ପଷ୍ଟ ଜଣାପଡୁଛି ବୋଲି ସମୀର କହିଛନ୍ତି।
ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି, ଭାଜପା ମିଥ୍ୟା ତଥ୍ୟ ଦେଇ ବିଭ୍ରାନ୍ତ କରିବାକୁ ଚେଷ୍ଟା କରିଛନ୍ତି ା ମାହାଙ୍ଗା ଡବଲ ମର୍ଡର ମାମଲା ଏବେ ବିଚାରାଧୀନ ରହିଛି ା ମନ୍ତ୍ରୀଙ୍କ ସମ୍ପୃକ୍ତି ସମ୍ପର୍କରେ ଅଦାଲତ କୌଣସି ସ୍ଥାନରେ ଉଲ୍ଲେଖ କରିନାହାନ୍ତି। ଏହି ମାମଲାରେ ଅଭିଯୋଗକାରୀଙ୍କ ଆବେଦନ ପରେ ଅଦାଲତ କେବଳ ଆଇଆଇସିଙ୍କୁ ଏହାର ତଦନ୍ତ କରିବାକୁ କହିଛନ୍ତି। ଆଶା କରୁଛୁ ଭାଜପା ନ୍ୟାୟିକ ପ୍ରକ୍ରିୟା ଜାରି ରଖିବାକୁ ଦେବେ ଏବଂ ଆଇନକୁ ତା’ କାର୍ଯ୍ୟ କରିବାକୁ ଦେବେ ବୋଲି ପ୍ରମିଳା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri