ମନ୍ତ୍ରୀଙ୍କ ସମ୍ପୃକ୍ତି ଜାଣି ମୁଖ୍ୟମନ୍ତ୍ରୀ ଚୁପ୍‌: ଭାଜପା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେଳେଙ୍କାରୀରେ ସମ୍ପୃକ୍ତ ଥିବା ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି। ଭାଜପାର ୨ ଜଣ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସିଧା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ସବୁ ଜାଣିଶୁଣି ତାଙ୍କୁ ବିଧାନସଭାକୁ ଆସିବାକୁ ଦେଉଛନ୍ତି ଏବଂ ସଭା ମଞ୍ଚରେ ପାଖରେ ବସାଇ ଦକ୍ଷ ମନ୍ତ୍ରୀ ବୋଲି ସାର୍ଟିଫିକେଟ୍‌ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ପରୋକ୍ଷରେ ଏ କାମ କରିବା ପାଇଁ ପ୍ରୋସତ୍ାହିତ କରୁଥିବା ସନ୍ଦେହ ହେଉଛି ବୋଲି ସମୀର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି, ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ଆଇଆଇସି ତଥା ତଦନ୍ତକାରୀ ଅଧିକାରୀ ନିହାର ରଞ୍ଜନ ମହାନ୍ତି ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ମନ୍ତ୍ରୀ ପ୍ରତାପ ଜେନାଙ୍କ ପୃଷ୍ଠପୋଷକତାରେ କାମ କରୁଥିବା ପ୍ରମାଣ ଦେଇଛନ୍ତି। ମମିତା ମେହେର ମାମଲାରେ ଗୋଟେ କଥା କହୁଛ, ମାହାଙ୍ଗା ମର୍ଡର କେସ୍‌ରେ କୋର୍ଟ କହିବା ପରେ ବି ଗଳାବାଟ ଦେଖୁଛ। ଏସବୁ କଥାରେ ମନ୍ତ୍ରୀମାନଙ୍କ ସମ୍ପୃକ୍ତି ରହିଥିବା ସ୍ପଷ୍ଟ ଜଣାପଡୁଛି ବୋଲି ସମୀର କହିଛନ୍ତି।
ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି, ଭାଜପା ମିଥ୍ୟା ତଥ୍ୟ ଦେଇ ବିଭ୍ରାନ୍ତ କରିବାକୁ ଚେଷ୍ଟା କରିଛନ୍ତି ା ମାହାଙ୍ଗା ଡବଲ ମର୍ଡର ମାମଲା ଏବେ ବିଚାରାଧୀନ ରହିଛି ା ମନ୍ତ୍ରୀଙ୍କ ସମ୍ପୃକ୍ତି ସମ୍ପର୍କରେ ଅଦାଲତ କୌଣସି ସ୍ଥାନରେ ଉଲ୍ଲେଖ କରିନାହାନ୍ତି। ଏହି ମାମଲାରେ ଅଭିଯୋଗକାରୀଙ୍କ ଆବେଦନ ପରେ ଅଦାଲତ କେବଳ ଆଇଆଇସିଙ୍କୁ ଏହାର ତଦନ୍ତ କରିବାକୁ କହିଛନ୍ତି। ଆଶା କରୁଛୁ ଭାଜପା ନ୍ୟାୟିକ ପ୍ରକ୍ରିୟା ଜାରି ରଖିବାକୁ ଦେବେ ଏବଂ ଆଇନକୁ ତା’ କାର୍ଯ୍ୟ କରିବାକୁ ଦେବେ ବୋଲି ପ୍ରମିଳା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri