‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ବିଜେଡି କର୍ମୀ, ନେତା, ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ତାଙ୍କ ଉପରକୁ ପୁଷ୍ପବର୍ଷା କରିଥିଲେ। ବିଭିନ୍ନ ସ୍ଲୋଗାନରେ ପରିବେଶ କମ୍ପିଉଠିଥିଲା।

ପାଇକ ଆଖଡ଼ା, ଯୋଡ଼ିଶଙ୍ଖ, ପାରମ୍ପରିକ ବାଦ୍ୟଯନ୍ତ୍ରରେ ଖୋର୍ଦ୍ଧା ସହର ଦୁଲୁକିଥିଲା। ପାଣ୍ଡିଆନ୍‌ ବିଭିନ୍ନ ଛକରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣମାନଙ୍କ ପାଇଁ ୨୪ଘଣ୍ଟା ଖଟୁଛନ୍ତି। ତେଣୁ ତାଙ୍କୁ ପୁଣି ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରାଇବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏଥିସହ ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟ, ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ସାହୁଙ୍କୁ ଯୋଡ଼ିଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।

ସେ ଆହୁରି କହିଥିଲେ, ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ନେବେ। ଜୁଲାଇ ପହିଲାରୁ ରାଜ୍ୟର ୯୦ ପ୍ରତିଶତ ଲୋକଙ୍କୁ ବିଦ୍ୟୁତ୍‌ ବିଲ୍‌ ଦେବାକୁ ପଡିବ ନାହିଁ। ମୁଖ୍ୟମନ୍ତ୍ରୀ କଥା କମ୍‌ କାମ ବେଶୀ କରନ୍ତି। ସେଥିଲାଗି ପ୍ରତି ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶାବାସୀ ଜିତାଉଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ସବୁବର୍ଗଙ୍କୁ ଖୁସି ଦେବ। ଜନତାଙ୍କ ଆଶୀର୍ବାଦ ରହିଲେ ମୁଖ୍ୟମନ୍ତ୍ରୀ ଆହୁରି ଭଲ କାମ କରିବେ। ସେ ଓଡ଼ିଶାର ଭବିଷ୍ୟତକୁ ଉଜ୍ଜ୍ବଳ ଏବଂ ପ୍ରଗତି ପଥରେ ଆଗେଇ ନେବେ ବୋଲି ପାଣ୍ଡିଆନ୍‌ କହିଥିଲେ। ଏହି ରୋଡ୍‌ ଶୋରେ ବହୁ ବିଜେଡି କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri