‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ବିଜେଡି କର୍ମୀ, ନେତା, ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ତାଙ୍କ ଉପରକୁ ପୁଷ୍ପବର୍ଷା କରିଥିଲେ। ବିଭିନ୍ନ ସ୍ଲୋଗାନରେ ପରିବେଶ କମ୍ପିଉଠିଥିଲା।

ପାଇକ ଆଖଡ଼ା, ଯୋଡ଼ିଶଙ୍ଖ, ପାରମ୍ପରିକ ବାଦ୍ୟଯନ୍ତ୍ରରେ ଖୋର୍ଦ୍ଧା ସହର ଦୁଲୁକିଥିଲା। ପାଣ୍ଡିଆନ୍‌ ବିଭିନ୍ନ ଛକରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆପଣମାନଙ୍କ ପାଇଁ ୨୪ଘଣ୍ଟା ଖଟୁଛନ୍ତି। ତେଣୁ ତାଙ୍କୁ ପୁଣି ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରାଇବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏଥିସହ ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟ, ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ସାହୁଙ୍କୁ ଯୋଡ଼ିଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।

ସେ ଆହୁରି କହିଥିଲେ, ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ନେବେ। ଜୁଲାଇ ପହିଲାରୁ ରାଜ୍ୟର ୯୦ ପ୍ରତିଶତ ଲୋକଙ୍କୁ ବିଦ୍ୟୁତ୍‌ ବିଲ୍‌ ଦେବାକୁ ପଡିବ ନାହିଁ। ମୁଖ୍ୟମନ୍ତ୍ରୀ କଥା କମ୍‌ କାମ ବେଶୀ କରନ୍ତି। ସେଥିଲାଗି ପ୍ରତି ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶାବାସୀ ଜିତାଉଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ସବୁବର୍ଗଙ୍କୁ ଖୁସି ଦେବ। ଜନତାଙ୍କ ଆଶୀର୍ବାଦ ରହିଲେ ମୁଖ୍ୟମନ୍ତ୍ରୀ ଆହୁରି ଭଲ କାମ କରିବେ। ସେ ଓଡ଼ିଶାର ଭବିଷ୍ୟତକୁ ଉଜ୍ଜ୍ବଳ ଏବଂ ପ୍ରଗତି ପଥରେ ଆଗେଇ ନେବେ ବୋଲି ପାଣ୍ଡିଆନ୍‌ କହିଥିଲେ। ଏହି ରୋଡ୍‌ ଶୋରେ ବହୁ ବିଜେଡି କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri