‘ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ପ୍ରସଙ୍ଗରେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୫।୯(ଅନିଲ ଦାସ): ଓଡ଼ିଶା ରାଜନୈତିକ ଇତିହାସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଦଳୀୟ ନେତା ଓ ବିଧାୟକଙ୍କ ଚାପରେ ପଡି କାର୍ଯ୍ୟ କରୁଛନ୍ତି ବୋଲି ବିଜେଡି ମୁଖପାତ୍ର ତଥା ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ର କହିଛନ୍ତି। ଶଙ୍ଖଭବନଠାରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟ ସରକାରଙ୍କ ଦ୍ୱାରା ଅନେକ ଘୋଷଣା ପରବର୍ତ୍ତୀ ସମୟରେ ପୁଣି ବଦଳି ଯାଉଛି। କିଛିଦିନ ତଳେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଦଳୀୟ ନେତା ଓ ବିଧାୟକଙ୍କ ଦ୍ୱାରା ଚାପଗ୍ରସ୍ତ ହୋଇ ତା’ ପରଦିନ ପୁଣି ଏହା ସରକାରଙ୍କ ବିଚାରାଧୀନ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଭଳି ଆଚରଣ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରେ ଶୋଭନୀୟ ନୁହେଁ। ଗତ ଅଗଷ୍ଟ ୮ ତାରିଖରେ ସସ୍ମିତ ରାଜ୍ୟ ସଭାରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ପ୍ରସଙ୍ଗରେ ପଚାରିଥିବା ଏକ ଅଣତାରକା ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କହିଥିଲେ ଯେ, ରାଜ୍ୟ ସରକାରଙ୍କ ନିକଟରେ ଏହା ବିଚାରାଧୀନ ଅଛି ଏବଂ ରାଜ୍ୟ ସରକାର ସବିଶେଷ ନିଷ୍ପତ୍ତି ଗ୍ରହଣ କରି କେନ୍ଦ୍ର ସରକାରଙ୍କୁ ଅବଗତ କରାଇବେ। ସରକାରକୁ ଆସିବାର ୩ ମାସ ଅତିକ୍ରାନ୍ତ ହୋଇ ସାରିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଏ ସଂକ୍ରାନ୍ତୀୟ କୌଣସି ନିଷ୍ପତ୍ତି କେନ୍ଦ୍ରକୁ ଅବଗତ କରାଇ ନାହାନ୍ତି। ନିଷ୍ପତ୍ତି ନେବା ପରିବର୍ତ୍ତେ ନିଜେ ବିଧାନସଭାରେ କରିଥିବା ଘୋଷଣାକୁ ଦଳୀୟ ନେତୃମଣ୍ଡଳୀ ଓ ବିଧାୟକଙ୍କ ଚାପରେ ୟୁ ଟର୍ନ ନେଇ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ଼ ନେତୃତ୍ୱକୁ ଓଡ଼ିଶାବାସୀ ଦେଖିଥିଲେ, କିନ୍ତୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏଭଳି ଅସହାୟତା ଦେଖି ରାଜ୍ୟବାସୀ ଅତ୍ୟନ୍ତ ଦୁଃଖିତ। ରବିବାର ସୁଦ୍ଧା ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ସମ୍ପର୍କରେ ସବିଶେଷ ପ୍ରସ୍ତାବ କେନ୍ଦ୍ର ସରକାରଙ୍କୁ ଦେବେ ବୋଲି ଆମେ ଅନୁରୋଧ କରୁଛୁ।
ନଚେତ୍‌ ରାଜ୍ୟବାସୀ ଅନୁଭବ କରିବେ ଏହା କେବଳ ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ପ୍ରତିଶ୍ରୁତି ଥିଲା। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ମୁଖ୍ୟମନ୍ତ୍ରୀ ଚାହୁଁ ନାହାନ୍ତି। ଏହି ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ୍‌ ମହାନ୍ତି, ପ୍ରିୟବ୍ରତ ମାଝୀ ଏବଂ ତୁମ୍ବନାଥ ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?