ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ବିଶାଳ ଜନସଭାକୁ ସେ ଅନୁରୋଧ କରିଛନ୍ତି। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି। ପ୍ରଥମେ ସମ୍ବଲପୁର ତା’ପରେ ରେଢ଼ାଖୋଲ, ଅନୁଗୋଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ମାଗିଛନ୍ତି। ସମ୍ବଲପୁର ଓ ଢେଙ୍କାନାଳର ଲୋକ ସଭା ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ସେ ଅନୁରୋଧ କରିଥିଲେ। ସବୁଠି ବିଶାଳ ଜନସଭାକୁ ସମ୍ବୋଧିତ କରି ସିଧା ଲୋକଙ୍କଠାରୁ ଯୋଜନାର ସୁଫଳ ବିଷୟରେ ମତାମତ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ‘ନବୀନ ପଟ୍ଟନାୟକ ଭଲ କି’ ପ୍ରଶ୍ନରେ ‘ହଁ’ ଧ୍ୱନିରେ ପ୍ରତିଧ୍ୱନିତ ହୋଇଥିଲା ସଭାସ୍ଥଳ। ସ୍ବଳ୍ପ ଭାଷଣରେ ସ୍ବଳ୍ପ ଶବ୍ଦରେ ନବୀନ ବିରୋଧୀଙ୍କୁ କଟୁ ସମାଲୋଚନା କରିଛନ୍ତି। ବିରୋଧୀ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ତେଣୁ ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ଜନତାଙ୍କୁ ଅନୁରୋଧ କରିଥିଲେ ନବୀନ। ନବୀନ ସରକାର ସବୁ ବର୍ଗର ବିକାଶକୁ ପ୍ରାଧାନ୍ୟ ଦେଉଛନ୍ତି। କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ଖୁବ୍‌ଶୀଘ୍ର ପ୍ୟାକେଜ ଆସିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଚାର ସଭାରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜନତାଙ୍କୁ ଉଦ୍‌ବୋଧନ ଦେଇ ଶଙ୍ଖରେ ଆଶୀର୍ବାଦ ମାଗିବା ସହ ବିରୋଧୀଙ୍କୁ କଡ଼ା ଭାଷାରେ ଭର୍ତ୍ସନା କରିଥିଲେ। ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିପୁଳ ଜନ ସମାବେଶ ଦେଖି ବିରୋଧୀଙ୍କ ଆତ୍ମବିଶ୍ୱାସ ଭାଙ୍ଗିଗଲାଣି। ତେଣୁ ସେମାନଙ୍କ ନେତାମାନେ ବାହାରୁ ଆସି ନବୀନବାବୁଙ୍କୁ ଅସମ୍ମାନିତ କରୁଛନ୍ତି। ଆପଣମାନେ ସେହି ବ୍ୟକ୍ତିମାନଙ୍କୁ କଡ଼ା ଜବାବ ଦିଅନ୍ତୁ ବୋଲି ପାଣ୍ଡିଆନ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri