ଆଜି ଇଣ୍ଡିଆ ମେରିଟାଇମ ଓ୍ବିକ୍‌ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦(ଅନୁରାଧା ମହାରଣା): ଇଣ୍ଡିଆ ମେରିଟାଇମ ଓ୍ବିକ୍‌(ଆଇଏମ୍‌ଡବ୍ଲୂ୍ୟ) ୨୦୨୫ ସୋମବାର ମୁମ୍ବାଇଠାରେ ଆରମ୍ଭ ହେବ। ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ପରେ ଓଡ଼ିଶା ସ୍ବତନ୍ତ୍ର ଅଧିବେଶନରେ ରାଜ୍ୟର ବନ୍ଦର-ଆଧାରିତ ନିବେଶ ସୁଯୋଗ ଓ ରପ୍ତାନି ସମ୍ଭାବନା ଉପରେ ଆଲୋଚନା କରିବେ। ଇତିମଧ୍ୟରେ ଓଡ଼ିଶା ସରକାରଙ୍କ ଏକ ପ୍ରତିନିଧି ଦଳ ଏହି ସମ୍ମିଳନୀରେ ଅଂଶଗ୍ରହଣ ପାଇଁ ମୁମ୍ବାଇ ପହଞ୍ଚତ୍ସାରିଥିବା ସୂଚନା ମିଳିଛି।
ସୂଚନାଥାଉକି, ଇଣ୍ଡିଆ ମେରିଟାଇମ ଓ୍ବିକ୍‌ ହେଉଛି ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ, ଯେଉଁଥିରେ ନେତା, ଶିଳ୍ପ ବିଶେଷଜ୍ଞ ଓ ନିବେଶକମାନେ ମିଳିତ ହୋଇ ବନ୍ଦର ଭିତ୍ତିଭୂମି, ମେରିଟାଇମ ଉନ୍ନୟନ ଓ ବ୍ଲୁ ଇକୋନୋମିରେ ଅଗ୍ରଗତି ଏବଂ ସୁଯୋଗ ଉପରେ ଆଲୋଚନା କରିବେ। ଓଡ଼ିଶାର ଅଂଶଗ୍ରହଣ ରାଜ୍ୟକୁ ବନ୍ଦର-ଆଧାରିତ ଶିଳ୍ପ ଓ ଉପକୂଳୀୟ ଅର୍ଥନୀତିରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ିବାର ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ଓଡ଼ିଶା ପ୍ରତିନିଧି ଦଳ ବନ୍ଦର-ଆଧାରିତ ଶିଳ୍ପ, ଲଜିଷ୍ଟିକ୍ସ, ମତ୍ସ୍ୟ ଓ ମେରିଟାଇମ ଟେକ୍ନୋଲୋଜିରେ ନିବେଶ ସୁଯୋଗକୁ ପ୍ରୋତ୍ସାହିତ କରିବେ। ଓଡ଼ିଶା ଅଧିବେଶନରେ ରାଜ୍ୟର ଉନ୍ନତ ବନ୍ଦର ଭିତ୍ତିଭୂମି ଓ ମେରିଟାଇମ ସମ୍ଭାବନା ପ୍ରଦର୍ଶିତ ହେବ, ଯାହା ଦେଶୀୟ ଓ ବିଦେଶୀ ନିବେଶକଙ୍କୁ ଆକର୍ଷିତ କରିବ। ମୁଖ୍ୟମନ୍ତ୍ରୀ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ୫୦୦ ଦିନ ପୂର୍ଣ୍ଣ ହୋଇଥିବାବେଳେ ତାଙ୍କର ଏହି ଗସ୍ତ ସମାବେଶୀ ଉନ୍ନୟନ, ଶିଳ୍ପ ବୃଦ୍ଧି ଓ ରୋଜଗାର ସୃଷ୍ଟି ଉପରେ ବିଶେଷ ଗୁରୁତ୍ୱ ବହନ କରୁଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri