୩୦ରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ୫୦ ହଜାର ଘର , ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ପ୍ରଧାନମନ୍ତ୍ରୀ ଆବାସ ସର୍ଭେରେ ଅଧିକାରୀଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଯଦି କୌଣସି କ୍ଷେତ୍ରରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରା ନ ଯାଏ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କଳାହାଣ୍ଡିରେ ଚଳିତମାସ ୩୦ରେ ଅନ୍ତ୍ୟୋଦୟ ଯୋଜନାରେ ୫୦ ହଜାର ଘର ମୁଖ୍ୟମନ୍ତ୍ରୀ ବାଣ୍ଟିବେ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ ଲକ୍ଷ ୨୨ହଜାର ୭୭୧ଜଣ ପିଏମ୍‌ ଆବାସ ଯୋଜନାରେ ପଞ୍ଜୀକରଣ ହୋଇ ସାରିଲେଣି। କେତେକ ସ୍ଥାନରେ ପାତରଅନ୍ତର ହେଉଥିବା ଅଭିଯୋଗ ଆସିଥିଲା, ତାକୁ ବିଭାଗ ଗୁରୁତ୍ୱ ଦେଇଛି।
ଚଳିତ ମାର୍ଚ୍ଚ ୩୧ ସୁଦ୍ଧା  ପ୍ରଧାନମନ୍ତ୍ରୀ ଆବାସ ପାଇବାକୁ କେତେ ପଞ୍ଜୀକରଣ କରିଛନ୍ତି ତା’ର ତାଲିକା ବିଭାଗର ହସ୍ତଗତ ହେବ। ପଞ୍ଚାୟତ ଏବଂ ବ୍ଲକସ୍ତରର ଅଧିକାରୀ ଯଦି ଯୋଗ୍ୟ ହିତାଧିକାରୀଙ୍କୁ ଛାଡ଼ିଥିବେ, ଯେଉଁଠୁ ଅଭିଯୋଗ ଆସିବ ସେହି କ୍ଷେତ୍ରରେ  ବିଭାଗ ସେମାନଙ୍କ ପାଖରେ ପହଞ୍ଚିବ। ଯଦି ପାତର ଅନ୍ତର ହୋଇଥିବ, ଉଦ୍ଦେଶ୍ୟମୂଳକ ଭାବେ ତାଲିକାରେ ହିତାଧିକାରୀକୁ ନେଇ ନ ଥିବେ, ତା’ହେଲେ କାର୍ଯ୍ୟାନୁଷ୍ଠାନ ହେବ। ବାଦ୍‌ ପଡ଼ିଥିବା ହିତାଧିକାରୀ ଜିଲାପାଳ ଏବଂ ସିଡିଓଙ୍କ ପାଖରେ ଅଭିଯୋଗ କରିପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri