ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ଜେଲରେ ଭର୍ତ୍ତି କରିବେ: ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ ପ୍ରତ୍ୟାହାର କରିଛନ୍ତି। କିନ୍ତୁ ଭାରତବର୍ଷରେ ପ୍ରାଣ ହରାଇଥିବା ୭୫୦ ନିରୀହ ଚାଷୀଙ୍କ କଥା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାର ନୈତିକ ଦାୟିତ୍ୱ କାହା ଉପରେ ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି। ଧର୍ମେନ୍ଦ୍ରଙ୍କୁ ଭାଇ ବୋଲି ସମ୍ବୋଧନ କରି ପ୍ରଣବ ଆହୁରି ଉଲ୍ଲେଖ କରିଛନ୍ତି, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ଗାଡ଼ି ଚଢ଼ାଇ ୭ଜଣ ନିରୀହ ଚାଷୀଙ୍କୁ ମାରି ଜେଲରେ ଅଛନ୍ତି। ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ତାଙ୍କ ଉପରେ ମକଦ୍ଦମା ହେଲା। ଆପଣଙ୍କ ମୂଲ୍ୟବାନ୍‌ ସମୟରୁ କିଛି ସମୟ ବାହାର କରି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କୁ ନୈତିକତାର ପାଠ ପଢ଼ାଇଲେ ଭଲ ହୁଅନ୍ତା। ଟ୍ରେନ୍‌ ଦୁର୍ଘଟଣାରେ ଶାସ୍ତ୍ରିଜୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିଲେ। ଆପଣଙ୍କ ସରକାର ଶାସନ କାଳରେ ଅନେକ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଅନେକ ନିରୀହ ଲୋକ ପ୍ରାଣ ହରାଇଛନ୍ତି। ଆପଣଙ୍କ ମନ୍ତ୍ରିମଣ୍ଡଳରୁ କେତେଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ବୋଲି ପ୍ରଣବ ପଚାରିଛନ୍ତି। ଯଦି ମମିତା ମେହେର ହତ୍ୟା ଘଟଣାରେ ଆପଣ କିମ୍ବା ଆପଣଙ୍କ ଦଳ ଆସି ପୋଲିସ କିମ୍ବା ଉଚ୍ଚନ୍ୟାୟାଳୟରେ ଠୋସ୍‌ ପ୍ରମାଣ ଦିଅନ୍ତି, ଇସ୍ତଫା ନୁହେଁ ମୁଖ୍ୟମନ୍ତ୍ରୀ ଆମ ମନ୍ତ୍ରୀଙ୍କୁ ଜେଲରେ ଭର୍ତ୍ତି କରିବେ। ଯେତେ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅତୀତରେ ଭୁଲ୍‌ ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବୋଲି ଆପଣ ସ୍ବୀକାର କରିଥିବାରୁ ଧନ୍ୟବାଦ। ଏବେ ମଧ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ବୋଲି ରାଜ୍ୟବାସୀ ଜାଣିଥିବା ପ୍ରଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri