୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ ଏକ ପୂର୍ବ ପ୍ରସ୍ତୁତି ବୈଠକ ହୋଇଯାଇଛି। ତେବେ ଗତ ୨୪ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳିରୁ ପ୍ରଚାର ଆରମ୍ଭ ବେଳେ ଅନୁଷ୍ଠିତ ସଭା ମଞ୍ଚ ଉପରେ ଅଞ୍ଚଳର କିଛି ଆଗ ଧାଡ଼ିର ବିଜେଡ଼ି ନେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହ ବସିବାକୁ ସୁଯୋଗ ପାଇ ନ ଥିଲେ। ଏହାକୁ ନେଇ ରବିବାର ସମାବେଶରେ ହୋହଲ୍ଲା ହୋଇଥିଲା। ଜଣେ ପୂର୍ବତନ ସରପଞ୍ଚ ବିଷୋଦଗାର ପ୍ରକାଶ କରିଥିଲେ। ହିଞ୍ଜିଳି ସାଙ୍ଗଠନିକ ଦାୟିତ୍ୱରେ ଥିବା ନେତାତ୍‌ମାନେ ଜାଣିଶୁଣି କିଛି ନେତା ଓ ଅଞ୍ଚଳକୁ ଅଣଦେଖା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ବିଶେଷ କରି ଗତ ୨୪ ମୁଖ୍ୟମନ୍ତ୍ରୀଙ୍କ ସଭା ମଞ୍ଚ ଉପରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଓ ନଗରପାଳଙ୍କୁ ସ୍ଥାନ ନ ମିଳିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କିତ ଏକ ଭିଡିଓ ବିଭିନ୍ନ ସାମାଜିକ ଗଣମାଧ୍ୟମଗୁଡିକ ରେ ଭାଇରାଲ ହୋଇଛି। ତେବେ କିଛି ନେତାଙ୍କ ସହ ଯୋଗାଯୋଗ ପରେ ପାଟିତୁଣ୍ଡ ହୋଇନାହିଁ ବୋଲି ସଫେଇ ଦେଇଥିବାସ୍ଥଳେ କିଛି ଆଲୋଚନା ମାଧ୍ୟମରେ ସମାଧାନ ହେବ ବୋଲି ସେମାନଙ୍କର ନାମ ପ୍ରକାଶ ନ କରିବା ସର୍ତ୍ତରେ କହିଛନ୍ତି।
ପ୍ରକାଶ ଯେ, ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜ ପାରମ୍ପରିକ ବିଧାନସଭା ଆସନ ହିଞ୍ଜିଳି ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ପୂର୍ବାହ୍ନ ୧୧.୧୫ରେ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଦର୍ଶନ ପାଇଁ ଯିବେ। ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ ଅଫିସରେ ମଧ୍ୟାହ୍ନ ୧୨.୩୫ରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ନାମାଙ୍କନ ଦାଖଲ ବେଳେ ହିଞ୍ଜିଳି ଅଞ୍ଚଳର ବହୁ ନେତା ଓ କର୍ମୀମାନେ ଯୋଗଦେବାକୁ ଦଳ ପକ୍ଷରୁ ପ୍ରାକ ପ୍ରସ୍ତୁତି ବୈଠକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri