୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି ନାମାଙ୍କନ ପୂର୍ବରୁ ରାଲିରେ ଯୋଗ ଦେବା ନିମନ୍ତେ ରବିବାର ହିଞ୍ଜିଳିକାଟୁ ବ୍ଲକ କୁରେଇଶୁଣୀ ଠାରେ ଏକ ପୂର୍ବ ପ୍ରସ୍ତୁତି ବୈଠକ ହୋଇଯାଇଛି। ତେବେ ଗତ ୨୪ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳିରୁ ପ୍ରଚାର ଆରମ୍ଭ ବେଳେ ଅନୁଷ୍ଠିତ ସଭା ମଞ୍ଚ ଉପରେ ଅଞ୍ଚଳର କିଛି ଆଗ ଧାଡ଼ିର ବିଜେଡ଼ି ନେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହ ବସିବାକୁ ସୁଯୋଗ ପାଇ ନ ଥିଲେ। ଏହାକୁ ନେଇ ରବିବାର ସମାବେଶରେ ହୋହଲ୍ଲା ହୋଇଥିଲା। ଜଣେ ପୂର୍ବତନ ସରପଞ୍ଚ ବିଷୋଦଗାର ପ୍ରକାଶ କରିଥିଲେ। ହିଞ୍ଜିଳି ସାଙ୍ଗଠନିକ ଦାୟିତ୍ୱରେ ଥିବା ନେତାତ୍‌ମାନେ ଜାଣିଶୁଣି କିଛି ନେତା ଓ ଅଞ୍ଚଳକୁ ଅଣଦେଖା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ବିଶେଷ କରି ଗତ ୨୪ ମୁଖ୍ୟମନ୍ତ୍ରୀଙ୍କ ସଭା ମଞ୍ଚ ଉପରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଓ ନଗରପାଳଙ୍କୁ ସ୍ଥାନ ନ ମିଳିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କିତ ଏକ ଭିଡିଓ ବିଭିନ୍ନ ସାମାଜିକ ଗଣମାଧ୍ୟମଗୁଡିକ ରେ ଭାଇରାଲ ହୋଇଛି। ତେବେ କିଛି ନେତାଙ୍କ ସହ ଯୋଗାଯୋଗ ପରେ ପାଟିତୁଣ୍ଡ ହୋଇନାହିଁ ବୋଲି ସଫେଇ ଦେଇଥିବାସ୍ଥଳେ କିଛି ଆଲୋଚନା ମାଧ୍ୟମରେ ସମାଧାନ ହେବ ବୋଲି ସେମାନଙ୍କର ନାମ ପ୍ରକାଶ ନ କରିବା ସର୍ତ୍ତରେ କହିଛନ୍ତି।
ପ୍ରକାଶ ଯେ, ଆସନ୍ତା ୩୦ରେ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜ ପାରମ୍ପରିକ ବିଧାନସଭା ଆସନ ହିଞ୍ଜିଳି ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ପୂର୍ବାହ୍ନ ୧୧.୧୫ରେ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଦର୍ଶନ ପାଇଁ ଯିବେ। ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ ଅଫିସରେ ମଧ୍ୟାହ୍ନ ୧୨.୩୫ରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ନାମାଙ୍କନ ଦାଖଲ ବେଳେ ହିଞ୍ଜିଳି ଅଞ୍ଚଳର ବହୁ ନେତା ଓ କର୍ମୀମାନେ ଯୋଗଦେବାକୁ ଦଳ ପକ୍ଷରୁ ପ୍ରାକ ପ୍ରସ୍ତୁତି ବୈଠକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?