ମାର୍ଚ୍ଚ ୨ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୨ରେ ଆସିବେ। ମୟୂରଭଞ୍ଜ ଜିଲାରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ସାରି ୨ ତାରିଖ ପୂର୍ବାହ୍ନ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅବତରଣ କରିବେ। ସେଠାରେ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

କାର୍ଯ୍ୟକ୍ରମ ସାରି ହେଲିକପ୍ଟରରେ ଚମ୍ପୁଆ ଯାଇ ମଧ୍ୟାହ୍ନ ୧୨ଟା୪୫ରେ ଚନ୍ଦ୍ରଶେଖର ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେବେ। ସେଠାରୁ ହେଲିକପ୍ଟରରେ କେନ୍ଦୁଝର ରିଜର୍ଭ ପଡ଼ିଆକୁ ଆସି ସଡ଼କ ପଥରେ ନିଜ ଗ୍ରାମ ରାଇକଳାକୁ ଯାଇ ଅପରାହ୍ନ ୪ଟାରେ ଏକ କ୍ରିକେଟ ମ୍ୟାଚ ଫାଇନାଲ ଉତ୍ସବରେ ଯୋଗଦେବେ।

ସେଠାରୁ ରାଇକଳାସ୍ଥିତ ନିଜ ବାସଭବନକୁ ଯାଇ ସଡ଼କ ପଥରେ ୬ଟା ୩୦ରେ କେନ୍ଦୁଝର ଫେରିବେ। ସନ୍ଧ୍ୟା ୭ଟା ୧୦ରେ କାଳୀ ପଡ଼ିଆରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳାରେ ଯୋଗଦେବେ। ରାତିରେ ସର୍କିଟ ହାଉସରେ ରାତ୍ରିଯାପନ କରି ୩ ତାରିଖ ସୋମବାର ସକାଳ ୯ଟା ୪୦ରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri