କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା ଏକ ସଭାରେ ଯୋଗଦେବେ। ସେଠାରେ ଏକ ଟେକ୍ସଟାଇଲ ପାର୍କ ଓ ଧରଣୀଧର ବିଶ୍ୱବିଦ୍ୟାଳୟର ଦକ୍ଷିଣ କ୍ୟାମ୍ପସରେ ଏକ ଡାଟା ରିକଭରି କମ ଡାଟା ସେଣ୍ଟରର ଶିଳାନ୍ୟାସ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ତେବେ କେନ୍ଦୁଝରରେ ରହିବା ପରେ ଏଠାରେ ଶିବରାତ୍ରି ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଗ୍ରସ୍ତ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଉଛି।
Dharitri – Odisha’s No.1 Odia Daily

