୮ରେ ପୁରୁଷୋତ୍ତମପୁର ଯିବେ ମୁଖ୍ୟମନ୍ତ୍ରୀ: ଜିଲା ପ୍ରଶାସନର ତତ୍ପରତା

ପୁରୁଷୋତ୍ତମପୁର,୪।୫( ସିମାଞ୍ଚଳ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝି ଆସନ୍ତା ୮ରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗ୍ରସ୍ତରେ ଯିବେ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।
ମଳିଥିବା ସୂଚନା ପ୍ରକାରେ, ସେ ପୁରୁଷୋତ୍ତମପୁର ବ୍ଲକର ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଯେନା, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ଓ ଜିଲାର ସମସ୍ତ ବିଧାୟକ ମଧ୍ୟ ଯୋଗଦେ। ଏ ନେଇ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ତତ୍ୱାବଧାନରେ ବିଦ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଆସି ଭିତ୍ତଭୂମି ଓ ପାରିପାର୍ଶ୍ୱିକସ୍ଥିତିର ସମୀକ୍ଷାକରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏହିସମୟରେ ଜିଲା ମୁଖ୍ୟ କାର୍ଯ୍ୟନିର୍ବାବାହୀ ଅଧିକାରୀ ମଧୂମିତା, ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତକୁମାର ପାତ୍ର,ଏବିଡିଓ ନିରାକାର ଯେନା, ଜିଲା ଶିକ୍ଷାଅଧିକାରୀ ଅଜୟକୁମାର ପାତ୍ର, ବ୍ଲକ ଶିକ୍ଷାଅଧିକାରୀ କିଶୋରକୁମାର ବେହେରା, ପ୍ରଧାନଶିକ୍ଷୟିତ୍ରୀ ଅନୁକମ୍ପା କାନୁନଗୋ ପ୍ରମୁଖଙ୍କ ସମେତ ସମସ୍ତଶିକ୍ଷକ ଶିକ୍ଷୟିତ୍ରୀ, ପୂରାତନଛାତ୍ର ଓ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ବିଦ୍ୟାୟଟି ପ୍ରାକସ୍ବାଧିନତା କାଳରେ ୨୮.୧୦.୧୯୨୫ ମସିହାରେ ପ୍ରତିଷ୍ଠା ଲାଭକରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri