ମା’ ତାରା ତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ , ୪୩ କୋଟି ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ

ପୁରୁଷୋତ୍ତମ ପୁର, ୧୮/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟକ୍ରମ ବୁଧବାର ଚତୁର୍ଥ  ଦିବସରେ ପହଞ୍ଚିଛି । ଏଥିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ମା ଙ୍କ ଦର୍ଶନ  ସହ  ଇଣ୍ଟର ପିଟିସନ ହଲ, ପ୍ରସାଦ ସେବନ ଗୃହ, ମନ୍ଦିର କାର୍ଯାଳୟ, ଭିୟୁ ପଏଣ୍ଟ ର  ଲୋକାର୍ପିତ କରିଥିଲେ। ଏଥି ସହ ପାହାଡ ପାଦଦେଶରେ ସାଧାରଣ ସଭାରେ ଯୋଗ ଦେଇ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ  ଘୋଷଣା କରିବା ସହ ୨୮ କୋଟି ଟଙ୍କା ବ୍ୟୟରେ ମନ୍ଦିର ପାର୍ଶ୍ବ ବର୍ତ୍ତୀ ଋଷିକୁଲ୍ଯା ନଦୀ ତଟର ଉନ୍ନତି କରଣ ଓ ୧୫ କୋଟି ଟଙ୍କା ବ୍ୟୟରେ ତାରା ତାରିଣୀ ଙ୍କ ଚତୁଃପାର୍ଶ୍ବ ରାସ୍ତାର ଉନ୍ନତିକରଣ ଲାଗି ଭିଡିଓ କନଫରେନ୍ସ ମାଧ୍ୟମରେ ଶିଳାନ୍ୟାସ କରିଥିଲେ।

ଯେପରି ମନ୍ଦିରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇବ ଅଧିକରୁ ଅଧିକ ଭକ୍ତ ଏଠାକୁ ଆସିବେ ସେଥିନେଇ ବହୁ ଲୋକାଭିମୁଖି  ଯୋଜନା କରାଯିବାର କହି ସମସ୍ତେ ସହଯୋଗ କରିବା ଲାଗି ନିବେଦନ କରିଥିଲେ। ଏହି ଅବସରରେ ମୂଖ୍ୟ ମନ୍ତ୍ରୀ ମନ୍ଦିର କାରୁକାର୍ଯ୍ୟ କରିଥିବା ସ୍ବର୍ଗତ ପଦ୍ମଶ୍ରୀ ରଘୁନାଥ ମହାପାଣିଗ୍ରାହୀଙ୍କ ପତ୍ନୀ ରଜନୀ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଏଥିରେ ୫ଟି ସଚ୍ଚିବ ଭି କାର୍ତ୍ତିକେୟ ପାଣ୍ଡିଆନ,  ବିଧାନ ସଭାର ବାଚସ୍ପତିସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ୟ୍ଯନଗର ବିଧାୟିକା ଲତିକା ପ୍ରଧାନ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଆସ୍କା ଏମ୍ ପି ପ୍ରମିଳା ବିଷୋଇ, ବ୍ରହ୍ମପୁର ଏମପି ଚନ୍ଦ୍ର ଶେଖର ସାହୁ, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ପୁରୁଷୋତ୍ତମ ପୁର ତହସିଲଦାର ନିତିଶ କୁମାର ତ୍ରିପାଠୀ, ଏସଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ସମେତ ରାଜ୍ୟର ବହୁ ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ  ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?