ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା ମହୋତ୍ସବ ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ନିଦର୍ଶନ ବୋଲି ମଙ୍ଗଳବାର ରାଜ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂସ ଦରବାରରେ ମତପ୍ରକାଶ କରିଛନ୍ତି। କେବଳ ସଂସ୍କୃତି ନୁହେଁ, ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ଧନୁଯାତ୍ରା ମହୋତ୍ସବର ଯଥେଷ୍ଟ ଭୂମିକା ରହିଛି। ଫଳରେ ଧନୁଯାତ୍ରା ମହୋତ୍ସବର ବିକାଶ ସହିତ ଏହାକୁ ଆହୁରି ଦିବ୍ୟ ଏବଂ ଭବ୍ୟ କରିବା ପାଇଁ ଆଗକୁ ମଧ୍ୟ ସରକାର ବହୁବିଧ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ମଥୁରାନଗରୀସ୍ଥିତ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ ପହଞ୍ଚତ୍ଥିଲେ। ସେଠାରୁ ତାଙ୍କୁ ଶୋଭାଯାତ୍ରାରେ ସ୍ଥାନୀୟ ନିଶାମଣି ହାଇସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆର ରଙ୍ଗ ମହଲ ମଞ୍ଚକୁ ଅଣାଯାଇଥିଲା। ମୁଖ୍ୟମନ୍ତ୍ରୀ ହାତୀପିଠିରେ ବସି ମଥୁରାବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ରଙ୍ଗ ମହଲ ମଞ୍ଚକୁ ସେ ରାଜ ଅତିଥି ଭାବେ ପହଞ୍ଚତ୍ବା ପରେ ସେଠାରେ ତାଙ୍କୁ କଳିଙ୍ଗ ସମ୍ରାଟ୍‌ ଭାବେ ସ୍ବାଗତ କରାଯାଇଥିଲା। ତାଙ୍କୁ ଦେଖି କଂସ ମହାରାଜ ମଥୁରାରେ ଚାଲିଥିବା ବିକାଶମୂଳକ କାର୍ଯ୍ୟ ଉପରେ ସୂଚନା ଦେବା ପାଇଁ କଳିଙ୍ଗ ସମ୍ରାଟ୍‌ ତଥା ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କଂସ ମହାରାଜଙ୍କ ଆଦେଶ ପାଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ ନିର୍ମାଣ ହେବ। ଯମୁନା ନଦୀରେ ୧୧୫ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଆନ୍ନିକଟ ନିର୍ମାଣ ପାଇଁ ସେ ଅନୁମୋଦନ କରିଥିବା ବେଳେ ମଥୁରନଗରୀ ଦେଇ ଯାଇଥିବା କେନାଲ ଉପରେ ୪୦କୋଟି ଟଙ୍କା ବ୍ୟୟ ଅଟକଳରେ ସୌନ୍ଦର୍ଯ୍ୟକରଣ କରାଯିବ। ମହିଳାଙ୍କୁ ସ୍ବାବଳମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯାଇ ଥିବା ବେଳେ ପି.ଏମ୍‌. କିଶାନ ଏବଂ ସି.ଏମ୍‌. କିଶାନ ଯୋଜନାରେ କୃଷକମାନେ ଉପକୃତ ହେଉଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଧାନ ଉଠାଣ, କଟ୍‌ନୀଛଟ୍‌ନୀ ଏବଂ ଟୋକନ ସମସ୍ୟାର ତ୍ୱରିତ ସମାଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନୀହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଜିଲାପାଳ ଆଦିତ୍ୟ ଗୋୟଲ, କାର୍ଯ୍ୟକାରୀ ସଭାପତି ତଥା ଏସ୍‌ପି ପି.ଏସ୍‌. ମୀନା ଏବଂ ସମ୍ପାଦକ ସୁରେଶ୍ୱର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri