ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର ଲୋକେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରିବା ପାଇଁ ଏଠାକୁ ଧାଇଁଆସନ୍ତି। ବରଗଡ଼ ଧନୁଯାତ୍ରା ମହୋତ୍ସବ ସାମାଜିକ ଜୀବନରେ ଆଧ୍ୟାତ୍ମିକତାର ନିଦର୍ଶନ ବୋଲି ମଙ୍ଗଳବାର ରାଜ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂସ ଦରବାରରେ ମତପ୍ରକାଶ କରିଛନ୍ତି। କେବଳ ସଂସ୍କୃତି ନୁହେଁ, ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ଧନୁଯାତ୍ରା ମହୋତ୍ସବର ଯଥେଷ୍ଟ ଭୂମିକା ରହିଛି। ଫଳରେ ଧନୁଯାତ୍ରା ମହୋତ୍ସବର ବିକାଶ ସହିତ ଏହାକୁ ଆହୁରି ଦିବ୍ୟ ଏବଂ ଭବ୍ୟ କରିବା ପାଇଁ ଆଗକୁ ମଧ୍ୟ ସରକାର ବହୁବିଧ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ମଥୁରାନଗରୀସ୍ଥିତ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ ପହଞ୍ଚତ୍ଥିଲେ। ସେଠାରୁ ତାଙ୍କୁ ଶୋଭାଯାତ୍ରାରେ ସ୍ଥାନୀୟ ନିଶାମଣି ହାଇସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆର ରଙ୍ଗ ମହଲ ମଞ୍ଚକୁ ଅଣାଯାଇଥିଲା। ମୁଖ୍ୟମନ୍ତ୍ରୀ ହାତୀପିଠିରେ ବସି ମଥୁରାବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ରଙ୍ଗ ମହଲ ମଞ୍ଚକୁ ସେ ରାଜ ଅତିଥି ଭାବେ ପହଞ୍ଚତ୍ବା ପରେ ସେଠାରେ ତାଙ୍କୁ କଳିଙ୍ଗ ସମ୍ରାଟ୍‌ ଭାବେ ସ୍ବାଗତ କରାଯାଇଥିଲା। ତାଙ୍କୁ ଦେଖି କଂସ ମହାରାଜ ମଥୁରାରେ ଚାଲିଥିବା ବିକାଶମୂଳକ କାର୍ଯ୍ୟ ଉପରେ ସୂଚନା ଦେବା ପାଇଁ କଳିଙ୍ଗ ସମ୍ରାଟ୍‌ ତଥା ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କଂସ ମହାରାଜଙ୍କ ଆଦେଶ ପାଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ ନିର୍ମାଣ ହେବ। ଯମୁନା ନଦୀରେ ୧୧୫ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ଆନ୍ନିକଟ ନିର୍ମାଣ ପାଇଁ ସେ ଅନୁମୋଦନ କରିଥିବା ବେଳେ ମଥୁରନଗରୀ ଦେଇ ଯାଇଥିବା କେନାଲ ଉପରେ ୪୦କୋଟି ଟଙ୍କା ବ୍ୟୟ ଅଟକଳରେ ସୌନ୍ଦର୍ଯ୍ୟକରଣ କରାଯିବ। ମହିଳାଙ୍କୁ ସ୍ବାବଳମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯାଇ ଥିବା ବେଳେ ପି.ଏମ୍‌. କିଶାନ ଏବଂ ସି.ଏମ୍‌. କିଶାନ ଯୋଜନାରେ କୃଷକମାନେ ଉପକୃତ ହେଉଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଧାନ ଉଠାଣ, କଟ୍‌ନୀଛଟ୍‌ନୀ ଏବଂ ଟୋକନ ସମସ୍ୟାର ତ୍ୱରିତ ସମାଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନୀହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ଜିଲାପାଳ ଆଦିତ୍ୟ ଗୋୟଲ, କାର୍ଯ୍ୟକାରୀ ସଭାପତି ତଥା ଏସ୍‌ପି ପି.ଏସ୍‌. ମୀନା ଏବଂ ସମ୍ପାଦକ ସୁରେଶ୍ୱର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri