ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦଶରଥପୁର ବ୍ଲକର ବିଭିନ୍ନ ବନ୍ୟାଞ୍ଚଳକୁ ମୋଟରଚାଳିତ ବୋଟ୍‌ ଯୋଗେ ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି ବ୍ଲକର ଶତାଧିକ ଗ୍ରାମ ଜଳମଗ୍ନ ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ତରପଦା ଓ ରାମଚନ୍ଦ୍ରପୁର ଗ୍ରାମକୁ ପ୍ରାୟ ୩ କି.ମି. ପର୍ଯ୍ୟନ୍ତ ମୋଟରଚାଳିତ ବୋଟ୍‌ ଯୋଗେ ଯାତ୍ରା କରି ବନ୍ୟା ବିପନ୍ନଙ୍କୁ ଭେଟି ଆଲୋଚନା କରିଛନ୍ତି। ବନ୍ୟା ଆଶ୍ରୟସ୍ଥଳ ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀ ରନ୍ଧା ଖାଦ୍ୟର ମାନ ଯାଞ୍ଚ କରିଛନ୍ତି। ଏଥିସହ ବନ୍ୟା ପ୍ରଭାବିତ ପରିବାରଗୁଡ଼ିକୁ ତ୍ୱରିତ ଓ ପର୍ଯ୍ୟାପ୍ତ ରିଲିଫ ସହାୟତା, ନିରାପଦ ପାନୀୟ ଜଳ ଏବଂ ଆବଶ୍ୟକ ସ୍ବାସ୍ଥ୍ୟସେବା ନିରବଚ୍ଛିନ୍ନ ଭାବେ ଯୋଗାଇଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହ ନଦୀବନ୍ଧର ସୁରକ୍ଷା ଭଳି ବିଭିନ୍ନ ପ୍ରସଙ୍ଗରେ ବନ୍ୟା ବିପନ୍ନ ଓ ଅଧିକାରୀଙ୍କୁ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ତରପଦା ପଞ୍ଚାୟତର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପୂର୍ବାହ୍ନରେ ବୋଟ୍‌ ଯୋଗେ ଯାଜପୁର ଜିଲା ଦଶରଥପୁର ବ୍ଲକର ବନ୍ୟାଞ୍ଚଳ ପରିଦର୍ଶନ ସମୟରେ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତରେ ଜିଲାର ବିଧାୟକ, ଏମ୍‌ପି, ମନ୍ତ୍ରୀ ଓ ଭାଜପା ନେତୃବୃନ୍ଦ ସାମିଲ ହୋଇଥିଲେ। କିନ୍ତୁ ଯାଜପୁର ବିଧାୟିକା ସୁଜାତା ସାହୁ ଓ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ଏଥିରେ ସାମିଲ କରାଯାଇ ନ ଥିଲା। ଏହାପରେ ବିଧାୟିକା ସୁଜାତା ଓ ପ୍ରମିଳା ତାଙ୍କ ସମର୍ଥକଙ୍କ ସହ ଖୋସାଲପୁର ମୁଖ୍ୟରାସ୍ତା ଉପରେ ବସି ପ୍ରତିବାଦ କରିଥିଲେ। ବନ୍ୟା ସ୍ଥିତି ଅନୁଧ୍ୟାନ ବେଳେ ଅଞ୍ଚଳର ନିର୍ବାଚିତ ଜନପ୍ରତିନିଧିଙ୍କୁ କାହିଁକି ସାମିଲ କରାଗଲା ନାହିଁ ବୋଲି ସେମାନେ ଜବାବ ମାଗିଥିଲେ।

ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଫେରୁଥିବା ବେଳେ ପ୍ରତିବାଦକାରୀମାନେ ରାସ୍ତା ଉପରେ ବସି ରହିଥିବାରୁ ଗାଡ଼ି କିଛି ସମୟ ପାଇଁ ଅଟକି ରହିଥିଲା। ପ୍ରାୟ ୨୦ ମିନିଟ ଧରି ଏହି ଘଟଣାକୁ ନେଇ ରାସ୍ତାରେ ଉତ୍ତେଜନା ସ୍ଥିତି ଦେଖାଦେଇଥିଲା। ପ୍ରତିବାଦ ସମୟରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ବଚସା ଏବଂ ଧସ୍ତାଧସ୍ତି ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତେଜନା ବଢ଼ିବାରୁ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପ୍ରତିବାଦକାରୀଙ୍କୁ ରାସ୍ତାରୁ ହଟାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଯାଜପୁର ଅଭିମୁଖେ ଯାଇଥିଲା। ତେବେ ଧାରଣା ବେଳେ ହୋଇଥିବା ଧସ୍ତାଧସ୍ତି ଘଟଣାକୁ ନେଇ ଦଶରଥପୁର ଥାନାରେ ୨ଟି ପୃଥକ୍‌ ଏତଲା ଦାଏର ହୋଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri