ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ମନ୍ଦିରର ବିକାଶ ଲାଗି କଲେ ବଡ଼ ଘୋଷଣା, ମିଳିବ ଏତିକି କୋଟି ଟଙ୍କା…

ପୁରୁଷୋତ୍ତମପୁର,୮ା୫(ସୀମାଞ୍ଚଳ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସିଛନ୍ତି l ପ୍ରଥମେ ସେ ସକାଳ ୧୧ଟାରେ ତାରାତାରିଣୀ ମନ୍ଦିର ତଳେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚି ସେଠାରୁ ଯାଇ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ। ଏହାସହ ମନ୍ଦିର ଚତୁଃପାର୍ଶ୍ୱ ବୁଲି ଉନ୍ନୟନମୂଳକ କାର୍ଯ୍ୟ ପରଖିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ମା’ଙ୍କୁ ଦର୍ଶନ କରି ପରମ ସୌଭାଗ୍ୟ ମିଳିଲା। ବିକଶିତ, ସମୃଦ୍ଧ ଓଡ଼ିଶା ଗଠନ ଲାଗି ମା’ଙ୍କଠାରେ ପ୍ରାର୍ଥନା କଲି, ଓଡ଼ିଶାବାସୀ ବିକାଶ କାମନା କଲି। ମନ୍ଦିରର ବିକାଶଲାଗି ଜିଲା ପ୍ରଶାସନର ଅଟକଳ ପ୍ରକାରେ ୩୦ କୋଟି ଟଙ୍କା ଯୋଗାଇ ଦେବା ପାଇଁ ଘୋଷଣା କରିଛନ୍ତି। ଏହି ସମୟରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିବାବେଳେ ଆସିକା ଏମ୍‌ପ ଅନିତା ଶୁଭଦଶର୍ନୀ କବିସୂର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ସୀତାରାମ ପାଣୀଗ୍ରାହୀ ଚିଣ୍ଟୁ ମହାପାତ୍ର, ଜୟନାରାୟଣ ଦାଶ, ସୁରେଶ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା l ସେପଟେ ମୁଖ୍ୟମନ୍ତ୍ରୀ ପ୍ରଥମଥର ପାଇଁ ମା’ଙ୍କ ପୀଠକୁ ଆସି ଦର୍ଶନ କରିଥିବାବେଳେ ପୂଜକମାନେ ପୀଠରେ ଥିବା ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri