ପାଣ୍ଡିଆନଙ୍କୁ ବିଜେଡିରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ, ଅନେକ ବର୍ଷ ହେବ ସେ…

ଭୁବନେଶ୍ୱର.୨୭।୧୧: ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ବାଗତ କରୁଛି। ସେ ଅନେକ ବର୍ଷ ହେବ ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳରେ ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ତାଙ୍କୁ ଶୂୁଭେଚ୍ଛା ଜଣାଉଛି।
ସୂଚନାଯୋଗ୍ୟ, ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍‌ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନ୍‌ଙ୍କୁ ଶଙ୍ଖ ବ୍ୟାଚ୍‌ ପିନ୍ଧାଇଥିଲେ। ବିଜେଡିରେ ମିଶିବା ପରେ ପାଣ୍ଡିଆନ୍‌ ଶଙ୍ଖ ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
ଗତ ଅକ୍ଟୋବର ୨୩ତାରିଖରେ ଭିକେ ପାଣ୍ଡିଆନ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ତାଙ୍କୁ ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?