ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ସେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭର୍ନିଂ କାଉନସିଲ ବୈଠକରେ ଯୋଗଦେବେ। ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟ୍‌ର ମାନ୍ୟତା, କୃଷି, ସ୍ବାସ୍ଥ୍ୟ ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇବେ ବୋଲି ଜଣାପଡ଼ିଛି।
ସ୍ବତନ୍ତ୍ର ରାଜ୍ୟ ପାହ୍ୟା ବ୍ୟବସ୍ଥା ଉଚ୍ଛେଦ ହୋଇଛି। ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ ଷ୍ଟେଟ୍‌ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିବେ। ଦୀର୍ଘ ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରିଆସୁଛି। ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରିଚାଲିଛି। ନୀତି ଆୟୋଗ ବୈଠକରେ ସେ ଏହାକୁ ପୁଣି ଥରେ ଦୋହରାଇବେ। ଏଥିସହିତ କୃଷି, ସ୍ବାସ୍ଥ୍ୟ, ସହରାଞ୍ଚଳ ବିକାଶ କ୍ଷେତ୍ରରେ ଅଧିକ ଆର୍ଥିକ ସହାୟତା ଦେବା ପାଇଁ ବୈଠକରେ ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିବେ। ଏଥିସହିତ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ବୋଲି ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି।
ଶନିବାର ମୁଖ୍ୟମନ୍ତ୍ରୀ ଆଜାଦୀ କା ଅମୃତ ମହୋତ୍ସବ ବୈଠକରେ ଯୋଗ ଦେଇଥିଲେ। ୭୫ତମ ସ୍ବାଧୀନତା ଦିବସ ଅବସରରେ ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି ଅବସରରେ ସ୍ବାଧୀନତାରେ ଓଡ଼ିଶାର ଭୂମିକା କଥା ଉଲ୍ଲେଖ କରିଥିଲେ। ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କ ବୀରତ୍ୱ ଓ ଅବଦାନ ସମ୍ପର୍କରେ ଉଲ୍ଲେଖ କରିଥିଲେ।
ଆଜାଦୀ କା ଅମୃତ ମହୋତ୍ସବ ପାଇଁ ଓଡ଼ିଶାର ଏକ ବ୍ଲୁ ପ୍ରିଣ୍ଟ ଦେଇଥିଲେ ମୁଖ୍ୟମନ୍ତ୍ରୀ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସ୍ବାଧୀନତାରେ ଅବଦାନ କଥା ସମ୍ପର୍କରେ ମଧ୍ୟ ଆଲୋକପାତ କରିଥିଲେ। ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri