୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୨୮।୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତୀକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରଶାସନିକ ଅଧିକାରୀ ଟିକିନିଖି ପ୍ରସ୍ତୁତି କରୁଛନ୍ତି। ଏଭଳି ସ୍ଥିତିରେ କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି ।

କୋକସରା ବିଡିଓ ଦେବବ୍ରତ କରାଟିଙ୍କ ସଭାପତିତ୍ୱରେ ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ଆମପାଣି ଜିଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ବିଧାୟକ ପ୍ରତିନିଧି ମାନସ ରଞ୍ଜନ ବାଗ, ଜିଲା ବିଜେଡି ଯୁବ ସଭାପତି ଆଦିତ୍ୟ ନାରାୟଣ ନନ୍ଦ, ଜିଲା ଯୁବ ସମ୍ପାଦକ ସେନାପତି ନାଏକ, କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡା. ତତ୍ତ୍ୱଦର୍ଶୀ ଦାସ, ସିଡିପିଓ ସରୋଜା ଲତା ଦେବୀ, ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣା, ଜିପିଇଓ ନାରାୟଣ ଭୋଇ ପ୍ରମୁଖ ଉପସ୍ଥିତ ରହି କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟା/ସଭ୍ୟ, ସରପଞ୍ଚ, ବ୍ଲକରେ କାର୍ଯ୍ୟରତ ଅଧିକାରୀ, ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ କର୍ମଚାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ।

ବିଜୁ ଏକ୍ସପ୍ରେସ ୱେ ରାସ୍ତାର ବଡ଼ କେନ୍ଦୁଗୁଡା ଛକରୁ ଆମପାଣି ମଧ୍ୟରେ ୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ସ୍ଥାନରେ ସ୍ଥାନୀୟ ଜନ ପ୍ରତିନିଧିଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଆଇନ ଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି କରାଯାଇଥିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri