୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୨୮।୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତୀକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରଶାସନିକ ଅଧିକାରୀ ଟିକିନିଖି ପ୍ରସ୍ତୁତି କରୁଛନ୍ତି। ଏଭଳି ସ୍ଥିତିରେ କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି ।

କୋକସରା ବିଡିଓ ଦେବବ୍ରତ କରାଟିଙ୍କ ସଭାପତିତ୍ୱରେ ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ଆମପାଣି ଜିଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ବିଧାୟକ ପ୍ରତିନିଧି ମାନସ ରଞ୍ଜନ ବାଗ, ଜିଲା ବିଜେଡି ଯୁବ ସଭାପତି ଆଦିତ୍ୟ ନାରାୟଣ ନନ୍ଦ, ଜିଲା ଯୁବ ସମ୍ପାଦକ ସେନାପତି ନାଏକ, କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡା. ତତ୍ତ୍ୱଦର୍ଶୀ ଦାସ, ସିଡିପିଓ ସରୋଜା ଲତା ଦେବୀ, ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣା, ଜିପିଇଓ ନାରାୟଣ ଭୋଇ ପ୍ରମୁଖ ଉପସ୍ଥିତ ରହି କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟା/ସଭ୍ୟ, ସରପଞ୍ଚ, ବ୍ଲକରେ କାର୍ଯ୍ୟରତ ଅଧିକାରୀ, ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ କର୍ମଚାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ।

ବିଜୁ ଏକ୍ସପ୍ରେସ ୱେ ରାସ୍ତାର ବଡ଼ କେନ୍ଦୁଗୁଡା ଛକରୁ ଆମପାଣି ମଧ୍ୟରେ ୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ସ୍ଥାନରେ ସ୍ଥାନୀୟ ଜନ ପ୍ରତିନିଧିଙ୍କ ନେତୃତ୍ୱରେ ମାନବ ଶୃଙ୍ଖଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଆଇନ ଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି କରାଯାଇଥିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri