ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରେ ବିଜେଡି ଦେବ ସମ୍ବର୍ଦ୍ଧନା

ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବାକୁ ଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ଛାତ୍ର ଓ ଯୁବ ବିଜେଡି କର୍ମକର୍ତ୍ତା ଦିଲ୍ଲୀ ଗସ୍ତ କରିବେ। ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ଆୟୋଜିତ ହେବାକୁ ଥିବା ଏହି ସମ୍ବର୍ଦ୍ଧନା ଉତ୍ସବରେ ଯୁବ ଓ ଛାତ୍ର ବିଜେଡି କର୍ମକର୍ତ୍ତା ଯୋଗଦେବେ ବୋଲି ଜଣାପଡିଛି। ବିଜେଡି ସଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ହେବ। ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ଓ ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟଙ୍କ ପରିଚାଳନାରେ ଏବଂ ଛାତ୍ର ବିଜେଡି ରାଜ୍ୟ ସଭାପତି ଦେବୀରଞ୍ଜନ ତ୍ରିପାଠୀ, ଯୁବ ବିଜେଡି ରାଜ୍ୟ ସଭାପତି ବ୍ୟୋମକେଶ ରାୟଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମରେ ବିଜୁ ଛାତ୍ର ଓ ଯୁବ ଜନତା ଦଳର ସମସ୍ତ ଜିଲା ସଭାପତିଙ୍କ ସମେତ ସମସ୍ତ ରାଜ୍ୟ କର୍ମକର୍ତ୍ତା ଯୋଗଦାନ କରିବେ ବୋଲି ସୂଚନା ଦିଆଯାଇଛି। ଛାତ୍ର ବିଜେଡି ରାଜ୍ୟ ସଭାପତି ଦେବୀରଞ୍ଜନ ତ୍ରିପାଠୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଉକ୍ତ ସମ୍ମାନ ପ୍ରଦାନ କରାଯାଉଥିବାରୁ ଯୁବ ଓ ଛାତ୍ର ଜନତା ଦଳ ଉତ୍ସାହିତ। ଏହା ଛାତ୍ର ଓ ଯୁବ ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ଶକ୍ତି ସଞ୍ଚାର କରିବ। ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଫେରିବା କାର୍ଯ୍ୟକ୍ରମ ଥିବାରୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯିବା ପାଇଁ ବହୁ ନେତାଙ୍କୁ ନିଜ ନିଜର ନିର୍ବାଚନ ମଣ୍ଡଳୀରୁ ୫୦୦ ଲେଖାଏ କର୍ମୀଙ୍କୁ ଡକାଇବା ଲାଗି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?