ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ୨୫ ତାରିଖ ଗୁରୁବାର ବିଷମକଟକ ଓ ଗୁଣପୁର ନିର୍ବାଚନମଣ୍ଡଳୀରେ ପ୍ରଚାର କରିବା ନେଇ ଯୋଜନା ରହିଛି। ସେହିଭଳି ମେ’ ୪ରେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଶନିବାର ଏହି ସୂଚନା ମିଳିବା ପରେ ଦଳୀୟ ନେତା କସରତ ଆରମ୍ଭ କରିଛନ୍ତି। ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ଶନିବାର ରାତିରେ ବିଷମକଟକ ଓ ଗୁଣପୁରରେ ପ୍ରଚାର ପାଇଁ ସ୍ଥାନ ନିରୂପଣ ହେବ ବୋଲି ବିଜେଡି ଜିଲା ସଭାପତି ଏନ୍‌. ଭାସ୍କରରାଓ ସୂଚନା ଦେଇଛନ୍ତି। ଏହାପରେ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ହେବାକୁଥିବା ପ୍ରଚାର ପାଇଁ ସ୍ଥାନ ସ୍ଥିର ହେବ ବୋଲି ସେ କହିଛନ୍ତି। ଏଥର ନିର୍ବାଚନରେ ନବୀନ ମ୍ୟାଜିକ୍‌ ଦଳ ପାଇଁ ବେଶ୍‌ ସହାୟକ ହେବ ବୋଲି ପ୍ରାର୍ଥୀମାନେ ଆଲୋଚନା କରିବା ସହ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri