ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିବେ ବୋଲି ଜଣାପଡ଼ିଛି। ୨୫ ତାରିଖ ଗୁରୁବାର ବିଷମକଟକ ଓ ଗୁଣପୁର ନିର୍ବାଚନମଣ୍ଡଳୀରେ ପ୍ରଚାର କରିବା ନେଇ ଯୋଜନା ରହିଛି। ସେହିଭଳି ମେ’ ୪ରେ ମୁଖ୍ୟମନ୍ତ୍ରୀ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଶନିବାର ଏହି ସୂଚନା ମିଳିବା ପରେ ଦଳୀୟ ନେତା କସରତ ଆରମ୍ଭ କରିଛନ୍ତି। ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ଶନିବାର ରାତିରେ ବିଷମକଟକ ଓ ଗୁଣପୁରରେ ପ୍ରଚାର ପାଇଁ ସ୍ଥାନ ନିରୂପଣ ହେବ ବୋଲି ବିଜେଡି ଜିଲା ସଭାପତି ଏନ୍‌. ଭାସ୍କରରାଓ ସୂଚନା ଦେଇଛନ୍ତି। ଏହାପରେ ରାୟଗଡ଼ା ନିର୍ବାଚନମଣ୍ଡଳୀରେ ହେବାକୁଥିବା ପ୍ରଚାର ପାଇଁ ସ୍ଥାନ ସ୍ଥିର ହେବ ବୋଲି ସେ କହିଛନ୍ତି। ଏଥର ନିର୍ବାଚନରେ ନବୀନ ମ୍ୟାଜିକ୍‌ ଦଳ ପାଇଁ ବେଶ୍‌ ସହାୟକ ହେବ ବୋଲି ପ୍ରାର୍ଥୀମାନେ ଆଲୋଚନା କରିବା ସହ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri