୨୨ରେ ବାଲେଶ୍ୱର ଆସିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର ଅଫିସ,୨୦।୧୨: ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତରେ ଆସିବେ। ବିଭିନ୍ନ ବିଭାଗର ଉନ୍ନତିମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ବାଲେଶ୍ୱର ପୋଲିସ ରିଜର୍ଭ ପଡ଼ିଆରେ ଅବତରଣ କରି ଆୟୋଜିତ ସମାବେଶରେ ଜିଲାବାସୀଙ୍କୁ ଉଦ୍‌ବୋଧନ ଦେବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲାପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ସୋମବାର ରାଜ୍ୟ କ୍ଷୁଦ୍ର, ମଧ୍ୟମ ଓ ଲଘୁ ଉଦ୍ୟୋଗ ତଥା ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଜିଲାରେ ପହଞ୍ଚତ୍ ସମାବେଶ ସ୍ଥଳ ପରିଦର୍ଶନ କରିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି।
ସହ ଜିଲା ବିଜେଡି ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା, ସଦର ବିଧାୟକ ସ୍ବରୂପ କୁମାର ଦାସ, ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ ଉପସ୍ଥିତ ଥିଲେ। ଏନେଇ ମନ୍ତ୍ରୀ ପ୍ରତାପ କେଶରୀ କହିଛନ୍ତି ଯେ, ସମଗ୍ର ଜିଲାର ୮ଟି ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ ଅଛି। ଏହି ସବୁ ବ୍ଲକ ଅଞ୍ଚଳରେ ୧ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶିଳାନ୍ୟାସ କରାଯିବ। ଯାହା ନବବର୍ଷରେ ବାଲେଶ୍ୱରବାସୀଙ୍କ ପାଇଁ ଭେଟି ସଦୃଶ ହେବ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri