ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାୟଗଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଏକ ଲାଇଭ୍‌ କାର୍ଯ୍ୟକ୍ରମରେ ମଧ୍ୟ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହେବା ପରେ ମାଝୀଙ୍କ ଏହା ପ୍ରଥମ ଗସ୍ତ ହୋଇଥିବାରୁ ଜିଲାକୁ ସଜାଇବାରେ ଲାଗିଛି ପ୍ରଶାସନ  । ଯେଉଁସବୁ ରାସ୍ତାରେ ମୁଖ୍ୟମନ୍ତ୍ରୀ ଯିବେ ସେଠାରେ ସରକାରୀ କୋଠାଗୁଡିକ ରଙ୍ଗ ଦିଆଯିବା ସହିତ କାନ୍ଥଗୁଡିକରେ ଜିଲା ପାରମ୍ପରିକ ଓ ସଂସ୍କୃତି ସମ୍ବନ୍ଧିତ ଚିତ୍ର ଅଙ୍କା ଚାଲିଛି। ମୁଖ୍ୟତଃ ଜିଲାପାଳଙ୍କ କାର୍ଯ୍ୟାଳୟ, ସଂସ୍କୃତି ଭବନ, ଜିଲା ପରିଷଦ କାର୍ଯ୍ୟାଳୟ, ସର୍କିଟ ହାଉସ, ଜିସିଡି ପଡିଆ ଅଞ୍ଚଳର ସମସ୍ତ ସରକାରୀ କାନ୍ଥରେ ଜିଲାର ସଂସ୍କୃତି ସମ୍ବନ୍ଧୀୟ ଚିତ୍ର ସୁନ୍ଦର ଭାବରେ ଚିତ୍ରିତ କରାଯାଉଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନର କାର୍ଯ୍ୟକ୍ରମ ମଧ୍ୟ ସ୍ଥିର ହୋଇଛି। ସ୍ବାସ୍ଥ୍ୟ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ସମବାୟ ବିଭାଗର ପ୍ରକଳ୍ପ ଶିଳାନ୍ୟାସ ହେବା ନେଇ ସୂଚନା ରହିଥିଲେ ମଧ୍ୟ ଆନୁଷ୍ଠାନିକ ଘୋଷଣା ହୋଇନାହିଁ ।

ଡିସେମ୍ବର୨୬ ତାରିଖ ସନ୍ଧ୍ୟାରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତିକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ ବୋଲି ଜଣାପଡ଼ିଛି ା ଏହାପରେ ୨୭ରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୂରଜ, ବିଭୂତି ଭୂଷଣ ଜେନା, ରବି ନାରାୟଣ ନାୟକ ପ୍ରମୁଖ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri