ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାୟଗଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଏକ ଲାଇଭ୍‌ କାର୍ଯ୍ୟକ୍ରମରେ ମଧ୍ୟ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହେବା ପରେ ମାଝୀଙ୍କ ଏହା ପ୍ରଥମ ଗସ୍ତ ହୋଇଥିବାରୁ ଜିଲାକୁ ସଜାଇବାରେ ଲାଗିଛି ପ୍ରଶାସନ  । ଯେଉଁସବୁ ରାସ୍ତାରେ ମୁଖ୍ୟମନ୍ତ୍ରୀ ଯିବେ ସେଠାରେ ସରକାରୀ କୋଠାଗୁଡିକ ରଙ୍ଗ ଦିଆଯିବା ସହିତ କାନ୍ଥଗୁଡିକରେ ଜିଲା ପାରମ୍ପରିକ ଓ ସଂସ୍କୃତି ସମ୍ବନ୍ଧିତ ଚିତ୍ର ଅଙ୍କା ଚାଲିଛି। ମୁଖ୍ୟତଃ ଜିଲାପାଳଙ୍କ କାର୍ଯ୍ୟାଳୟ, ସଂସ୍କୃତି ଭବନ, ଜିଲା ପରିଷଦ କାର୍ଯ୍ୟାଳୟ, ସର୍କିଟ ହାଉସ, ଜିସିଡି ପଡିଆ ଅଞ୍ଚଳର ସମସ୍ତ ସରକାରୀ କାନ୍ଥରେ ଜିଲାର ସଂସ୍କୃତି ସମ୍ବନ୍ଧୀୟ ଚିତ୍ର ସୁନ୍ଦର ଭାବରେ ଚିତ୍ରିତ କରାଯାଉଛି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନର କାର୍ଯ୍ୟକ୍ରମ ମଧ୍ୟ ସ୍ଥିର ହୋଇଛି। ସ୍ବାସ୍ଥ୍ୟ, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ସମବାୟ ବିଭାଗର ପ୍ରକଳ୍ପ ଶିଳାନ୍ୟାସ ହେବା ନେଇ ସୂଚନା ରହିଥିଲେ ମଧ୍ୟ ଆନୁଷ୍ଠାନିକ ଘୋଷଣା ହୋଇନାହିଁ ।

ଡିସେମ୍ବର୨୬ ତାରିଖ ସନ୍ଧ୍ୟାରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତିକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ ବୋଲି ଜଣାପଡ଼ିଛି ା ଏହାପରେ ୨୭ରେ ସମୀକ୍ଷା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ସୁରେଶ ପୂଜାରୀ, ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୂରଜ, ବିଭୂତି ଭୂଷଣ ଜେନା, ରବି ନାରାୟଣ ନାୟକ ପ୍ରମୁଖ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri