ଆସନ୍ତାକାଲି ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ରବିବାର ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କବିସୂର୍ଯ୍ୟନଗର, ଛତ୍ରପୁର ଏବଂ ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗଞ୍ଜାମ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ। ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେବେ।

ପରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ଗଞ୍ଜାମ ଜିଲାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।