ଆଜି କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଶୁକ୍ରବାର କୋରାପୁଟ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିକ୍ରମ ଦେବ କଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ କୋରାପୁଟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦୀର୍ଘ ଦିନର ଦାବି ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି କୋରାପୁଟ ଜିଲାବାସୀ।

ମୁଖ୍ୟମନ୍ତ୍ରୀ ସେଠାରେ ଆଜି ୧୫୯୬ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି।