ରାଜ୍ୟବାସୀଙ୍କୁ ଉପହାର ଦେବେ ମୁଖ୍ୟମନ୍ତ୍ରୀ: ଉଦ୍‌ଘାଟିତ ହେବ କ୍ୟାନସର ହସ୍ପିଟାଲ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ଼ ଗସ୍ତରେ ଯିବାର କାର୍ଯକ୍ରମ ରହିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନ ୧୨ଟାରେ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ, ବରଗଡ଼ କ୍ୟାନସର ହସ୍ପିଟାଲ, ନୃସିଂହନାଥ ରୂପାନ୍ତରୀକରଣ ପ୍ରକଳ୍ପର ଉଦ୍‌ଘାଟନ ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟରେ ନବୀନ ନିବାସରୁ ବାହାରି ୧୦ଟା ୩୫ମିନିଟରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ପହଞ୍ଚିବେ । ସେଠାରୁ ପୂର୍ବାହ୍ନ ୧୦ଟା ୪୦ମିନିଟ୍‌ରେ ସୁପର କିଙ୍ଗ୍‌ ଏୟାର ବି ୨୦୦ ଭିଟି-ଇଏଚ୍‌ବି ଏୟାରକ୍ରାଫ୍ଟ ଯୋଗେ ପଦ୍ମପୁର ସତୀଭଟା ଏୟାରଷ୍ଟ୍ରିପ ଅଭିମୁଖେ ଆସିବେ ।

ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ସତୀଭଟା ଏୟାରଷ୍ଟ୍ରିପକୁ ମୁଖ୍ୟମନ୍ତ୍ରୀ ପହଞ୍ଚିବେ ଏବଂ ସେଠାରେ ଓହ୍ଳାଇ ପୂର୍ବରୁ ରହିଥିବା ଅନ୍ୟ ଏକ ହେଲିକ୍ୟାପଟର ଅଗଷ୍ଟା ୧୦୯ ଭିଟି-ଓଏସ୍‌ଏଚ୍‌ ଯୋଗେ ପୂର୍ବାହ୍ନ ୧୧ଟା ୩୫ମିନିଟ୍‌ରେ ବିଜେପୁର ବ୍ଲକ କନାପାଲି ପମ୍ପ ହାଉନ ନିକଟରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ ଅଭିମୁଖେ ଯିବେ । ଉକ୍ତ ହେଲିପ୍ୟାଡ଼କୁ ୧୧ଟା ୫୫ମିନିଟ୍‌ରେ ପହଞ୍ଚିବେ ଏବଂ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପର ପମ୍ପ ହାଉସ ପରିଦର୍ଶନ ସହିତ ଉକ୍ତ ପ୍ରକଳ୍ପର ଡେମୋନ୍‌ଷ୍ଟ୍ରେଶନ ଦେଖିବାର କାର୍ଯ୍ୟକ୍ରମ ରହିଛି।

ସେଠାରୁ ନିକଟସ୍ଥ ବିଜେପୁର ଷ୍ଟାଡ଼ିୟମର କାର୍ଯ୍ୟକ୍ରମ ସ୍ଥଳୀକୁ ଯାଇ ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ପ୍ରକଳ୍ପଗୁଡ଼ିକର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କରି ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେବେ । କାର୍ଯ୍ୟକ୍ରମ ସରିବା ପରେ ଅପରାହ୍ନ ୧୨ଟା ୨୭ମିନିଟରେ ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟର ଯୋଗେ ସତୀଭଟା ଏୟାରଷ୍ଟ୍ରିପକୁ ଯିବେ ଏବଂ ସେଠାରୁ ପୁଣି ୧୨ଟା ୫୫ମିନିଟ୍‌ରେ ଏୟାରକ୍ରାଫ୍ଟ ଯୋଗେ ନବୀନ ନିବାସ ଅଭିମୁଖେ ଫେରିଯିବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri