୨୭ରେ ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପ ଆସନ୍ତା ୨୭ରେ ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଫଳକ ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟମନ୍ତ୍ରୀ ହୋମ ଯଜ୍ଞରେ ସାମିଲ ହୋଇ ଦେବୀଙ୍କୁ ଅରାଧନା କରିବେ। ସମଲେଶ୍ୱରୀ ଅସ୍ଥାୟୀ ଟ୍ରଷ୍ଟ ବୋର୍ଡ କାର୍ଯ୍ୟାଳୟଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଭାପତି ସଞ୍ଜୟ କୁମାର ବାବୁ ଏହି ସୂଚନା ଦେଇଛନ୍ତି।

ସେ ଆହୁରି କହିଥିଲେ, ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ୨୯ ଜିଲା ଓ ଛତିଶଗଡ ରାଜ୍ୟର ମନ୍ଦିରଗୁଡିକୁ ନିମନ୍ତ୍ରଣ ଦିଆହୋଇଛି । ଲୋକାର୍ପଣ ପରିପ୍ରେକ୍ଷୀରେ ଚାରି ଦ୍ୱାର ଓ ମନ୍ଦିର ସମ୍ମୁଖରେ ହୋମ ଯଜ୍ଞ ଓ ଚଣ୍ଡୀପାଠ ହେବ। ପଣ୍ଡିତ ମହେନ୍ଦ୍ର ପୂଜାହାରୀଙ୍କ ନେତୃତ୍ୱରେ ୩୦ଜଣ ପଣ୍ଡିତ ପୂଜାକାର୍ଯ୍ୟ ସମ୍ପାଦନ କରିବେ। ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ବିବିଧ କାର୍ଯ୍ୟକ୍ରମ ହେବାକୁ ସ୍ଥିର ହୋଇଛି। ୨୨ ତାରିଖରେ ଅଙ୍କୁରାରୋପଣ, ୨୬ରେ କଳସ ଯାତ୍ରା ଓ ଅଧିବାସ ନୀତି ହେବ। ମହାନଦୀ ଅଯୋଧ୍ୟା ସରୋବର ଘାଟରୁ ୧ହଜାର ୧ଶହ ମହିଳା କଳସ ଶୋଭାଯାତ୍ରାରେ ସାମିଲ ହେବେ। ୨୭ ତାରିଖ ଲୋକାର୍ପଣ ଦିବସରେ ମୁଖ୍ୟ ମଣ୍ଡପ ସମେତ ଅନ୍ୟ ୪ଟି ମଣ୍ଡପରେ ହୋମ କରାଯିବ। ସନ୍ଧ୍ୟାରେ ମହାନଦୀ ଆଳତି ହେବ। ଏଥିରେ ସମ୍ବଲପୁର ଓ ଛତିଶଗଡ ଚନ୍ଦ୍ରହାସୀନି ପୀଠର ୧୪ଜଣ ପଣ୍ଡିତ ସାମିଲ ହେବେ। ପ୍ରତିଦିନ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ୩୧ରେ ଯଜ୍ଞର ପୂର୍ଣାହୁତି ହେବ। ଖବରଦାତା ସମ୍ମିଳନୀରେ ଟ୍ରଷ୍ଟବୋର୍ଡ ସଭ୍ୟ ପ୍ରଫୁଲ୍ଳ କୁମାର ହୋତା, ଦେବ କୁମାର ଆଜମେରିଆ, ସନ୍ତୋଷ ପୃଷେଠ, ଅନିନ୍ଦିତ ଦାଶ ଓ ହେମନ୍ତ ମିଶ୍ର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri