୧୪ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୦।୧: କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର ଜୟପାଟଣା, କୋକସରା ଓ ଧର୍ମଗଡ ଆଦି ୩ଟି ବ୍ଲକର ଚାଷୀଙ୍କ ପାଇଁ ଲୋକାର୍ପଣ କରିବେ ବୋଲି ଗୃହମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷିରେ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଭବାନୀପାଟଣାକୁ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପହଞ୍ଚି ଥିଲେ। ସେଠାରେ ପହଞ୍ଚିବା ପରେ ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓଙ୍କ ନେତୃତ୍ୱରେ ଦଳୀୟ କର୍ମକର୍ତ୍ତା ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି ସମୟରେ ଧର୍ମଗଡ ବିଧାୟକ ମୋଷଧି ବାଗ, ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରି, ଜିଲା ସଭାନେତ୍ରୀ କଲ୍ୟାଣୀ ନାଏକ, ଜିଲା ସାଧାରଣ ସମ୍ପାଦକ ଭବାନୀ ମିଶ୍ର, ଛାତ୍ର ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ଜିଲା ଯୁବ ସଭାପତି ଆଦିତ୍ୟ ପ୍ରସାଦ ନନ୍ଦ, ଜିଲା ସମ୍ପାଦକ ଜିତେନ୍ଦ୍ର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ପରେ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଦାସ ଓ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଜିଲାର ଜୟପାଟଣା ବ୍ଲକ ମଙ୍ଗଳପୁର ପମ୍ପ୍‌ ହାଉସ ପରିସରକୁ ପହଞ୍ଚି ସେଠାରେ ଉଦ୍‌ଘାଟନୀ ହେବାକୁ ଥିବା ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଭିତ୍ତିଭୂମି ସହ ପ୍ରସ୍ତୁତିକୁ ନେଇ ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri