୨୭ରେ ସମଲେଇ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୯।୧(ପ୍ରମୋଦ ବହିଦାର): ସମ୍ବଲପୁରରେ ଚାଲିଥିବା ସମଲେଇ ପ୍ରକଳ୍ପ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତା ୨୭ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଞ୍ଜୟ ବାବୁ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସମଲେଇ ପ୍ରକଳ୍ପ ଅନ୍ତର୍ଗତ ମା’ ସମଲେଶ୍ୱରୀ ମନ୍ଦିର ରୂପାନ୍ତିକରଣର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟ ଚାଲିଛି। ତେବେ ଆସନ୍ତା ଜାନୁଆରୀ ୨୭ ତାରିଖ ମାଘ କୁଷ୍ଣପକ୍ଷ ଦ୍ୱିତୀୟା ତିଥିରେ ପ୍ରକଳ୍ପର ଲୋକାର୍ପଣ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ତେଣୁ ଟ୍ରଷ୍ଟବୋର୍ଡ ପକ୍ଷରୁ ଏହାର ଉଦ୍‌ଘାଟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନିମନ୍ତ୍ରଣ କରାଯାଇଛି।

ଏହି ଭବ୍ୟ ଉଦ୍‌ଘାଟନୀ ସମାରୋହରେ ଯୋଗଦେବାକୁ ଉଭୟ ମୁଖ୍ୟମନ୍ତ୍ରୀ ଓ ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ସଦୟ ସ୍ବୀକୃତୀ ଦେଇଛନ୍ତି। ସେ ଆହୁରି କହିଛନ୍ତି ଏହି ଉତ୍ସବ ୪/୫ ଦିନ ଧରି ଚାଲିବାକୁ ଥିବାବେଳେ ଲୋକାର୍ପଣ ଦିନଠାରୁ ମହାନଦୀ ଆଳତୀ ଶୁଭାରମ୍ଭ ହେବ। ଏଥିରେ ଯୋଗ ଦେବାକୁ ରାଜ୍ୟର ବିଭିନ୍ନ ଦେବଦେବୀ ପୀଠଗୁଡ଼ିକୁ ମଧ୍ୟ ନିମନ୍ତ୍ରଣ କରାଯାଇଛି। ସେହିପରି ଭବ୍ୟ ଲୋକାର୍ପଣ ଉତ୍ସବରେ ବିଶେଷ କରି ସମଗ୍ର ପଶ୍ଚିମ ଓଡ଼ିଶାର ଭକ୍ତମାନେ କିଭଳି ସାମିଲ ହୋଇପାରିବେ ସେନେଇ ଉଦ୍ୟମ କରାଯାଉଛି। ଏହି ଭବ୍ୟ ଉତ୍ସବରେ ଲକ୍ଷାଧିକ ଭକ୍ତ ସାମିଲ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?