ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ,୯ା୧: ବ୍ରହ୍ମପୁର ସଦର ଥାନାର ଭୌଗୋଳିକ ସୀମା ଅଧିକ ରହିଛି। ଏଣୁ ଉକ୍ତ ଥାନା ଅଧୀନରେ ଥିବା ନିମଖଣ୍ଡି ଫାଣ୍ଡିକୁ ଥାନାରେ ରୂପାନ୍ତରିତ କରିବା ପାଇଁ କିଛିବର୍ଷ ହେଲା ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହେଉଥିଲା। ରାଜ୍ୟ ସରକାର ନିମଖଣ୍ଡି ଫାଣ୍ଡିକୁ ଥାନାରେ ରୂପାନ୍ତରିତ କରିବା ପାଇଁ ବିଗତ ଦିନରେ ଘୋଷଣା କରିଥିଲେ। ଇତିମଧ୍ୟରେ ୪ ମାସ ବିତିଯାଇଛି। ଶେଷରେ ସୋମବାର ଅପରାହ୍ନ ସାଢ଼େ ୪ଟାରେ ନିମଖଣ୍ଡି ଥାନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ କରିବା ନେଇ ନିର୍ଦ୍ଦେଶନାମା ମିଳିଛି। ଉକ୍ତ ଥାନା ଉଦ୍‌ଘାଟନ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ୍‌ ଆଇଜି ସତ୍ୟବ୍ରତ ଭୋଇ, ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌., ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳାଇ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ସ୍ଥିର ହୋଇଛି। ଅନ୍ୟପଟେ ସୋମବାର ଉକ୍ତ ଥାନା ଖାଜାସାହି ନିକଟରେ ଥିବା ପୁରୁଣା ମହିଳା ଥାନାରେ ପ୍ରଥମେ କାର୍ଯ୍ୟକ୍ଷମ ହେବ ବୋଲି ବହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନିମଖଣ୍ଡି ଥାନା ଉଦ୍‌ଘାଟନ କରିବା ପରେ ଉକ୍ତ ଥାନାର ଅଧିକାରୀ ଭାବେ ଇନ୍ସପେକ୍ଟର ଭାବନାନନ୍ଦ ପ୍ରଧାନ ଦାୟିତ୍ୱ ଗ୍ରହଣ କରିବେ। ସେହିପରି ଉକ୍ତ ନୂତନ ଥାନାରେ ଦୁଇଜଣ ଏସ୍‌ଆଇ ଓ ୨ଜଣ ଏଏସ୍‌ଆଇ ଓ ୮ କନଷ୍ଟେବଲଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ନିମଖଣ୍ଡି ଗ୍ରାମର ଏକ ମନ୍ଦିର ନିକଟରେ ଜାଗା ଚିହ୍ନଟ ହୋଇଥିବା ବେଳେ ସେଠାରେ ନିଜସ୍ବ କୋଠା ଖୁବ୍‌ଶୀଘ୍ର ନିର୍ମାଣ ହେବ ବୋଲି ବିଭାଗୀୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri