ବିଶ୍ୱଶାନ୍ତି ମହାଯଜ୍ଞରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମା’ କାଳୀ ତୀର୍ଥ ମଣ୍ଡପରେ ରାଜ୍ୟସ୍ତରୀୟ ସନାତନ ଧର୍ମ ସୁରକ୍ଷା ପରିଷଦ ଆନୁକୂଲ୍ୟରେ ୧୧୪ କୁଣ୍ଡିୟ ତିନିଦିନାତ୍ମକ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ। ମହାଯଜ୍ଞ ଏପ୍ରିଲ ୧୦ରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଳିବ ବୋଲି ସନାତନ ଧର୍ମ ସୁରକ୍ଷା ପରିଷଦ ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କ୍‌ୁହାଯାଇଛି।

ମହାଯଜ୍ଞରେ ୧୧୪ଟି ଯଜ୍ଞ କୁଣ୍ଡ, ୨୨୮ଜଣ କର୍ତ୍ତା, ୨୫୦ରୁ ଊର୍ଦ୍ଧ୍ୱ ବ୍ରାହ୍ମଣ, ୫୦୦ରୁ ଊର୍ଦ୍ଧ୍ୱ ସାଧୁ ସନ୍ୟାସୀଙ୍କ ସହ ଓଡ଼ିଶା ବାହାରୁ ସନାତନୀ ପୁରୋଧାମାନେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୦ ତାରିଖରେ ଯୋଗ ଦେବେ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।

୮ ତାରିଖ ସନ୍ଧ୍ୟା ୫ଟାରେ ଅଙ୍କୁରା ରୋପଣ କାର୍ଯ୍ୟକ୍ରମ ଆରମ୍ଭ ହୋଇ ୧୨ ତାରିଖ ପୂର୍ଣ୍ଣାହୂତି କାର୍ଯ୍ୟକ୍ରମ ରହିଛି। ପ୍ରତ୍ୟହ ସନ୍ଧ୍ୟା ୬ରୁ ପାଲା, ଦାଶକାଠିଆ, ପ୍ରବଚନ ଓ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ରହିବ। ଏପରିକି ସନ୍ଧ୍ୟା ୭ଟାରୁ ଭକ୍ତମାନଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଛି।

ଏହି ଅବସରରେ ଆବାହକ ନିରଞ୍ଜନ ଦାଶ ଯଜ୍ଞର ଉଦ୍ଦେଶ୍ୟ ଏବଂ ମହତ୍ୱ ଉପରେ ଆଲୋଚନା କରିଥିଲେ। ମନୋରଞ୍ଜନ ପାଢ଼ୀ, ଆଡ଼ଭୋକେଟ ଡ. ଦେବଦତ୍ତ ଷଡ଼ଙ୍ଗୀ ଯଜ୍ଞର ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ସଭାପତି ମଧୁସୂଦନ ମିଶ୍ର ଯଜ୍ଞ ପାଇଁ ହୋଇଥିବା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ସୁବାହୁ ଦାଶ ଯଜ୍ଞର କାର୍ଯ୍ୟସୂଚୀ ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କାଳୀତୀର୍ଥ ପରିଚାଳନା କମିଟିର ଅଜୟ କୁମାର ମିଶ୍ର, ବାବା ଯୋଗେନ୍ଦ୍ର ମହାରାଜ ଓ ରତିକାନ୍ତ ପତିଙ୍କ ସହ ବିଭିନ୍ନ ବ୍ୟକ୍ତି ବିଶେଷମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?