କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ। ଏଥିସହ ପିଲାଙ୍କୁ ପାଠପଢ଼ା ପ୍ରତି ସଚେତନତା କରିବା ପାଇଁ ୧୦ ତାରିଖ ପର୍ଯ୍ୟନ୍ତ ଶିକ୍ଷା ସଚେତନତା ରଥ ବୁଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ଶିଶୁବାଟିକା ପିଲାଙ୍କ ପାଇଁ ଏପ୍ରିଲ ୨ରେ ହେବାକୁ ଥିବା ଖଡିଛୁଆଁ କାର୍ଯ୍ୟକ୍ରମକୁ ୪ ତାରିଖକୁ ଘୁଞ୍ଚାଯାଇଛି। ସେହିପରି ଏପ୍ରିଲ ୬ରୁ ୮ ଯାଏ ବିଦ୍ୟାଳୟସ୍ତରରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଶିଶୁବାଟିକାରେ ନାମ ଲେଖାଇବାକୁ ଥିବା ଶିଶୁଙ୍କ ପରିବାରକୁ ପୂର୍ବରୁ ନିମନ୍ତ୍ରଣ ପତ୍ର ବଣ୍ଟନ କରାଯାଇଛି। ଆସ ସ୍କୁଲଯିବା ୨.୦ ଅଭିଯାନ ଅନୁଯାୟୀ ଡ୍ରପ୍‌ଆଉଟ୍‌ ଶିଶୁଙ୍କୁ ବିଦ୍ୟାଳୟକୁ ଫେରାଇ ଆଣିବାକୁ ପଦକ୍ଷେପ ନିଆଯାଉଛି। ଏହି ଉତ୍ସବରେ ନିର୍ବାଚିତ ପ୍ରତିନିଧିଙ୍କ ସମେତ ଅଭିଭାବକ, ଅଧିକାରୀ ଶିଶୁଙ୍କୁ ପାଠପଢ଼ିବା ଦିଗରେ ପ୍ରୋତ୍ସାହିତ କରିବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri