Posted inଖେଳ

ଓଏଫ୍‌ସିକୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍‌ କ୍ଲବ୍‌(ଓଏଫ୍‌ସି) ଦଳ ସୁପର୍‌ କପ୍‌ ୨୦୨୩ ଚାମ୍ପିୟନ ହୋଇ ଏହାର ପ୍ରଥମ ଜାତୀୟ ଟାଇଟଲ୍‌ ହାସଲ କରିଛି। ମଙ୍ଗଳବାର ସନ୍ଧ୍ୟାରେ ସୁପର୍‌ କପ୍‌ ଚାମ୍ପିୟନ୍‌ ତଥା ଏଏଫ୍‌ସି କପ୍‌ ପାଇଁ ଯୋଗ୍ୟତା ହାସଲ କରିଥିବା ଓଏଫ୍‌ସିକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଏଫ୍‌ସି ପକ୍ଷରୁ କ୍ଲବ୍‌ ସଭାପତି ରାଜ ଅଠଓ୍ବାଲ, ମୁଖ୍ୟ କୋଚ୍‌ କ୍ଲିଫୋର୍ଡ ମିରାଣ୍ଡା, ଗୋଲକିପର ଅମରିନ୍ଦର ସିଂ, ଡିଫେଣ୍ଡର ଶୁଭମ୍‌ ଷଡଙ୍ଗୀ, ଜେନେରାଲ ମ୍ୟାନେଜର ଅଭିକ୍‌ ଚାଟାର୍ଜୀ ଓ କ୍ଲବ୍‌ ମନସ୍ତତ୍ତ୍ୱବିତ୍‌ ଅମ୍ରିତ୍‌ ପାଟ୍ଟଯୋଶୀ ସୁପର୍‌ କପ୍‌ ଟ୍ରଫି ସହିତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।
ଓଏଫ୍‌ସିର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଥିଲେ। କୋଚ୍‌ ଓ ଖେଳାଳି ଆମକୁ ଗର୍ବିତ କରିଛନ୍ତି ଏବଂ ଓଏଫ୍‌ସି ଆଗକୁ ମଧ୍ୟ ଏମିତି ଫର୍ମ ବଜାୟ ରଖିବା ସହିତ ଆଗକୁ ଅନେକ ଟ୍ରଫି ଜିତୁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଓଏଫ୍‌ସି ସୁପର କପ୍‌ ଟ୍ରଫି ସହିତ ଖେଳ ପ୍ରତି ଥିବା ଦୃଢ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି। ଅନନ୍ୟ ପ୍ରଦର୍ଶନ ଓ ଯୋଗଦାନ ପାଇଁ ସେ ଦଳର ସମସ୍ତ ଖେଳାଳିଙ୍କୁ ପ୍ରଶଂସା କରିଥିଲେ। କ୍ରୀଡା ପ୍ରତି ଓଡ଼ିଶା ସରକାରଙ୍କ ମନୋଭାବକୁ ପ୍ରଶଂସା କରିଥିଲେ ଓଏଫ୍‌ସି କ୍ଲବ୍‌ ସଭାପତି ରାଜ ଅଠଓ୍ବାଲ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ରାଜ୍ୟ ସରକାର ଦେଶର ଅନ୍ୟତମ ଶ୍ରେଷ୍ଠ ଫୁଟବଲ ସୁବିଧା ତିଆରି କରିବାରେ ସମର୍ଥ ହୋଇଥିବା ସେ କହିଛନ୍ତି। ଓଏଫ୍‌ସିକୁ ସହାୟତା କରିବା ସହିତ ରାଜ୍ୟରେ ଏକ ଫୁଟବଲ ଇକୋ ସିଷ୍ଟମ ତିଆରି କରିଥିବାରୁ କ୍ଲବ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri