କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଲେଖିଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ୮ଲକ୍ଷ କେନ୍ଦୁପତ୍ର ତୋଳାଳି ରହିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଦିବାସୀ ସମ୍ପ୍ରଦାୟ ଓ ଅତି ଗରିବ ଶ୍ରେଣୀର ରହିଛନ୍ତି। ଆଦିବାସୀ ସମ୍ପ୍ରଦାୟର ଲୋକେ ସେମାନଙ୍କ ଅଧିକାର ଅନୁସାରେ କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। କେନ୍ଦୁପତ୍ର କିଣାବିକା ପାଇଁ ସେମାନଙ୍କ ଅଧିକାର ରହିଛି। କିନ୍ତୁ କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଲାଗିବା ଦ୍ୱାରା କେନ୍ଦୁପତ୍ର ତୋଳାଳିମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ସେମାନଙ୍କ ଜୀବନଜୀବିକା ଉପରେ ଅଧିକ ପ୍ରଭାବ ପଡୁଛି। ତେଣୁ କେନ୍ଦୁପତ୍ର ଉପରେ ନିର୍ଭର କରୁଥିବା ସମ୍ପ୍ରଦାୟର ଜୀବନଜୀବିକାକୁ ଗୁରୁତ୍ୱ ଦେଇ କେନ୍ଦୁପତ୍ରରେ ଉପରେ ଲାଗିଥିବା ୧୮ ପ୍ରତିଶତ ଜିଏସ୍‌ଟିକୁ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାଦ୍ୱାରା ଅନେକ କେନ୍ଦୁପତ୍ର ତୋଳାଳି ଲାଭବାନ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri