Posted inଜାତୀୟ

ପାକିସ୍ତାନ ଧ୍ୱଂସ ହୋଇଯିବ: ଏମିତି କାହିଁକି କହିଲେ ଯୋଗୀ

ଲକ୍ଷ୍ନୌ,୧୪।୮: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପାକିସ୍ତାନ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ପାକିସ୍ତାନ ଭାରତ ସହିତ ମିଶ୍ରଣ ହେବ ବୋଲି ସେ ସୂଚନା ଦେଇଛନ୍ତି। ବିଭାଜନ ବିଭୀଷିକା ଦିବସରେ ମୁଖ୍ୟମନ୍ତ୍ରୀ ଯୋଗୀ ପଡୋଶୀ ଦେଶ ପାକିସ୍ତାନକୁ ନେଇ ଏକ ବଡ ଦାବି କରି କହିଛନ୍ତି ଯେ ପାକିସ୍ତାନ ବିଲୟ ହେବ କିମ୍ବା ଏହା ଧ୍ୱଂସ ହୋଇଯିବ।

ବିଭାଜନର ଦୁଃଖଦ ଘଟଣା ପାଇଁ କଂଗ୍ରେସ କଦାପି କ୍ଷମା ମାଗିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯେତେବେଳେ ବି କଂଗ୍ରେସ ସୁଯୋଗ ପାଇଲା ଦେଶର ତଣ୍ଟି ଚିପିଛି। ସେମାନଙ୍କର ପାପ କେବେ କ୍ଷମା କରାଯାଇପାରିବ ନାହିଁ । ୧୯୪ରେ ବାଂଲାଦେଶରେ ୨୨% ହିନ୍ଦୁ ଥିଲେ, ଆଜି କେବଳ ୭% ଅଛନ୍ତି। ଆମର ସମସ୍ତ ସହାନୁଭୂତି ସେହି ହିନ୍ଦୁମାନଙ୍କ ସହିତ ରହିବା ଉଚିତ୍‌। କେବଳ ଅଖଣ୍ଡ ଭାରତର ସ୍ବପ୍ନ ଏଭଳି ଘଟଣାର ସମାଧାନ ହେବ।

ସିଏମ କହିଛନ୍ତି, ଯଦି ୧୯୯୭ରେ ଭାରତର ରାଜନୈତିକ ନେତୃତ୍ୱଙ୍କ ପାଖରେ ଦୃଢ ଇଚ୍ଛାଶକ୍ତି ଥାନ୍ତା, ତେବେ ଦୁନିଆର କୌଣସି ଶକ୍ତି ସେହି ଅସ୍ବାଭାବିକ ବିଭାଜନ ସୃଷ୍ଟି କରିପାରି ନ ଥାନ୍ତେ। କିନ୍ତୁ କ୍ଷମତା ପାଇଁ କଂଗ୍ରେସର ଲୋଭ ଭାରତକୁ ନଷ୍ଟ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri