ରାଜସ୍ଥାନ, ତେଲେଙ୍ଗାନା ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ତାଲିକାଭୁକ୍ତ କଲେ ଏହି ରାଜ୍ୟ ସରକାର

ଲକ୍ଷ୍ନୌ,୨୧।୫: ଗୋଟିଏ ପଟେ କରୋନା ଭାଇରସ୍‌ ଦେଶରେ ଆତଙ୍କ ଖେଳାଇଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଦେଶର ବିଭିନ୍ନ ରାଜ୍ୟରୁ ଏହି ମାମଲା ସାମ୍ନାକୁ ଆସୁଥିବା ବେଳେ ପ୍ରତିଦିନ ଏହାର ସଂଖ୍ୟା କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ରାଜସ୍ଥାନ, ତେଲେଙ୍ଗାନା ଓ ଓଡ଼ିଶା ସରକାର ଏହାକୁ ମହାମାରୀ ଘୋଷଣା କରିଛନ୍ତି। ଏହିକ୍ରମରେ ଉତ୍ତରପ୍ରଦେଶ ସରକାର ମଧ୍ୟ ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ବୋଲି ଘୋଷଣା କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ପୋଷ୍ଟ କୋଭିଡ ଅବସ୍ଥାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ସମସ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କୁ ଉଚିତ୍‌ ଚିକିତ୍ସା ଯୋଗାଇଦିଆଯିବା ନେଇ ବ୍ୟବସ୍ଥା କରାଯାଉଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ଏଥିସହ ସେ କହିଛନ୍ତି, ଉତ୍ତରପ୍ରଦେଶ ଅନେକ ରାଜ୍ୟ ତଥା ନେପାଲ ସୀମା ସହ ସଂଯୁକ୍ତ ରହିଛି। ଏଭଳି ସ୍ଥିତିରେ ଅବହେଳା କିମ୍ବା ଅସଚେତନତା ଗ୍ରହଣୀୟ ନୁହେଁ। ତେଣୁ ବର୍ତ୍ତମାନ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି କୋଭିଡ-୧୯ ନିୟନ୍ତ୍ରଣ ପାଇଁ ଦୃଢ଼ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri